Posted inଜାତୀୟ

ସ୍ବଚ୍ଛ ଭାରତ ଅଭିଯାନରେ ବାଜି ମାରିଲା ଏମ୍ସ: ମିଳିଲା ୩ କୋଟି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ପ୍ରଥମ ହୋଇଛି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଶୁକ୍ରବାର ଏମ୍ସକୁ ପ୍ରଥମ ପୁରସ୍କାର ରାଶି ହିସାବରେ ୩ କୋଟି ଟଙ୍କା ପ୍ରଦାନ କରିଛନ୍ତି। ପରିସରରେ ସ୍ବଚ୍ଛତା ବଜାୟ ରଖିଥିବାରୁ ଏମ୍ସକୁ ଏହି ପୁରସ୍କାର ମିଳିଛି। ‘କାୟାକଳ୍ପ ଆଓ୍ବାର୍ଡସ୍‌ ସ୍କିମ’ ଅଧିନରେ କେନ୍ଦ୍ରୀୟ ଅନୁଷ୍ଠାନ, ଜିଲା ଓ ଘରୋଇ ହସ୍ପିଟାଲ, କମ୍ୟୁନିଟି ହେଲ୍‌ଥ କେୟାର ସେଣ୍ଟରର ଏକ ତାଲିକା ପ୍ରସ୍ତୁତ କରାଯାଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ନିଜର ପରିସରକୁ ସଫାସୁତୁରା ଓ ସ୍ବାସ୍ଥ୍ୟ ଉପଯୋଗୀ ରଖିବା। ଆଉ ଏ ସମସ୍ତ ମାନଦଣ୍ଡକୁ ପୂରଣ କରି ଦିଲ୍ଲୀର ଏମ୍ସ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ରନର୍ସ ଅପ୍‌ ହୋଇଛି ଜବାହରଲାଲ ଇନଷ୍ଟିଚ୍ୟୁଟ ଅଫ୍‌ ପୋଷ୍ଟଗ୍ରାଜୁଏଟ ମେଡିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ(ଜେଆଇପିଏମ୍‌ଇଆର୍‌), ପୁଡୁଚେରୀ। ଆଉ ପୁରସ୍କାର ରାଶି ଭାବେ ଜେଆଇପିଏମ୍‌ଇଆର୍‌କୁ ମିଳିଛି ୧.୫ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri