ସ୍ବଚ୍ଛ ସର୍ବେକ୍ଷଣ ପାଇଁ ଗଡିଲା ସଚେତନତା ରଥ

ସୋନପୁର,୫।୯(ନି.ପ୍ର.) : ସ୍ବଚ୍ଛ ସର୍ବେକ୍ଷଣ-୧୯ ପାଇଁ ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ସଚେତନ କରିବ ରଥ। ପ୍ରଥମ ପର୍ଯ୍ୟାୟରେ ୩ଟି ରଥ ଜିଲାର ୬ଟି ବ୍ଲକ ପରିକ୍ରମା କରିବ। ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀ ପତାକା ଦେଖାଇ ସଚେତନତା ରଥର ଶୁଭାରମ୍ଭ କରିଥିଲେ। ଆଉ ୩ଟି ରଥ ପରବର୍ତ୍ତୀ ପର୍ଯ୍ୟାୟରେ ସାମିଲ ହେବ ବୋଲି ଜଣାପଡିଛି। ସ୍ବଚ୍ଛ ସର୍ବେକ୍ଷଣ ମାଧ୍ୟମରେ ସୁବର୍ଣ୍ଣପୁର ଜିଲାର ସ୍ବଚ୍ଛତା, ପରିସ୍କାର ଓ ପରିଚ୍ଛନ୍ନତାର ମାନ ନିର୍ଦ୍ଧାରଣ ନିମନ୍ତେ ସର୍ବେକ୍ଷଣ କାର୍ଯ୍ୟ ଜାରି ରହିଛି। ଏହି ସର୍ବେକ୍ଷଣ ସେପ୍ଟେମ୍ବର ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ତେଣୁ ଜନସାଧାରଣ ବାହାରେ ମଳତ୍ୟାଗ ନକରି ଘରେ ରହିଥିବା ବ୍ୟକ୍ତିଗତ ପାଇଖାନା ବ୍ୟବହାର କରିବା, ପଲିଥିନ ବର୍ଜନ କରିବା, ଗ୍ରାମ୍ୟ ରାସ୍ତା ଓ ଘର ଅଗଣା ପରିସ୍କାର ରଖିବା, ନଳକୂପ ଚତୁଃପାର୍ଶ୍ୱ ସଫାସୁତୁରା ରଖିବା ଓ ଗ୍ରାମକୁ ସ୍ବଚ୍ଛ ଏବଂ ସୁନ୍ଦର ରଖିବାକୁ ଗ୍ରାମବାସୀଙ୍କୁ ରଥ ସଚେତନତା କରିବ। ରଥରେ ଗୀତ ମାଧ୍ୟମରେ ସଚେତନତା ସହ ପ୍ରଚାରପତ୍ର ବଣ୍ଟନ କରାଯିବ। ଏହି ସର୍ବେକ୍ଷଣରେ ଜନସାଧାରଣ ମତାମତ ରଖିବା ନିମନ୍ତେ ମୋବାଇଲ ଆପ ଗୁଗୁଲ ପ୍ଲେର ଏସଏସଜି୨୦୧୯କୁ ଡାଉନ ଲୋଡ କରି ସେଥିରେ ମତାମତ ପ୍ରଦାନ କରିବାର ବ୍ୟବସ୍ଥା ରହିଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡା, ସୋନପୁର ବିଡିଓ ରବିନ୍ଦ୍ର କୁମାର ପଟେଲ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ଇଂ. ବିପିନ ବିହାରୀ ଦାଶ, ବୀରମହାରାଜପୁରର ଭାରପ୍ରାପ୍ତ ବିଡିଓ ନିରଞ୍ଜନ ନାଏକ, ଜ୍ୟୋତି ପଟ୍ଟନାୟକ, ଗ୍ରାମ୍ୟ ଜଳ ଓ ପରିମଳ ବିଭାଗର କମିଷ୍ଠ ଯନ୍ତ୍ରୀ ଓ ବିଆରସିସିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri