ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.)

ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ ଗୋଛାୟତସାହି ଏଯାଏ ସ୍ବଚ୍ଛ ହୋଇପାରି ନ ଥିବା ସାହିବାସୀ ଅଭିଯୋଗ କରିଛନ୍ତି। କେବଳ ପାଇଖାନା ନୁହେଁ, ସାହିବାସୀ କିପରି ସ୍ବଚ୍ଛ ପାଇପ୍‌ ଜଳ ପାଇପାରିବେ ସେ ନେଇ ମଧ୍ୟ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉ ନାହିଁ। ପଡ଼ୋଶୀ ଗଁ।ରେ ପାଇପ୍‌ ପାଣିର ବ୍ୟବସ୍ଥା ଥିଲେ ମଧ୍ୟ ଗୋଚ୍ଛାୟତସାହିରେ ପାଇପ୍‌ ବିଛାଯାଇ ଛାଡ଼ିଦିଆଯାଇଛି।
ସାହିବାସୀଙ୍କ କହିବା ଅନୁଯାୟୀ, ପ୍ରାୟ ୭ଶହ ଲୋକ ଏଠାରେ ରହୁଥିଲେ ବି ସ୍ବଚ୍ଛ ଭାରତ ଯୋଜନାରେ ଗୋଟିଏ ହେଲେ ପାଇଖାନା ନିର୍ମାଣ କରାଯାଇ ନାହିଁ। ଫଳରେ ବାଧ୍ୟହୋଇ ସେମାନେ ଖୋଲାସ୍ଥାନକୁ ଶୌଚ ପାଇଁ ଯାଉଛନ୍ତି। ଏ ନେଇ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ଉକ୍ତ ସରକାରୀ ଯୋଜନା ସାହିବାସିନ୍ଦାଙ୍କ ନିକଟରେ ପହଞ୍ଚିପାରି ନାହିଁ। ସେହିପରି ସରକାରଙ୍କ ଭତ୍ତା ଯୋଜନାରୁ ମଧ୍ୟ ବହୁ ବୃଦ୍ଧା, ବୃଦ୍ଧ, ବିଧବା ଓ ଭିନ୍ନକ୍ଷମ ବଞ୍ଚିତ ରହିଛନ୍ତି। ସାହିର ଗୋପୀ ଗୋଛାୟତ, ଜନନୀ ଗୋଛାୟତ କହିଛନ୍ତି, ୬୦ ବର୍ଷରୁ ଅଧିକ ହୋଇଥିଲେ ମଧ୍ୟ ଭତ୍ତା ଯୋଜନାରେ ସାମିଲ କରାଯାଉ ନାହିଁ। ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ କରିବା ସତ୍ତ୍ୱେ ସୁଫଳ ମିଳୁନାହିଁ। ମଞ୍ଜୁ ଗୋଛାୟତ, ଡଲି ଗୋଛାୟତ, ବିଭୁ ଗୋଛାୟତ କହିଛନ୍ତି, ପାଇଖାନାଠାରୁ ପିଇବା ପାଣି ଯାଏ ସବୁଥିରେ ସାହିବାସୀ ଅବହେଳିତ। ଦୀର୍ଘ ବର୍ଷ ହେଲା ସାହିରେ ପାଇପ୍‌ ବିଛା ଯାଇଥିଲେ ମଧ୍ୟ ସଂଯୋଗ ଦିଆଯାଉ ନ ଥିବାରୁ ସ୍ବଚ୍ଛ ପାଣି ଟିକେ ମିଳୁନାହିଁ। ସମସ୍ୟା ସମ୍ପର୍କରେ ସରପଞ୍ଚ ମଧୁଛନ୍ଦା ସାହୁ କହିଛନ୍ତି, ସାହିରେ ପାଇଖାନା ନିର୍ମାଣ କରାଯିବ। ଯେଉଁମାନେ ପ୍ରକୃତ ହିତାଧିକାରୀ ସେମାନଙ୍କ ନାମ ତାଲିକାରେ ରହିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ବିଡିଓ ଏଲିଜା ମିଶ୍ର କହିଛନ୍ତି, ଯଦି ସାହିର କୌଣସି ଲୋକଙ୍କ ଘରେ ପାଇଖାନା ନ ଥାଏ ତାହେଲେ ଅନୁଧ୍ୟାନ କରାଯାଇ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri