Posted inଜାତୀୟ

ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଗଲେ ମୋଦି ସରକାର

ମୁମ୍ବାଇ,୩।୧୦: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି। ତେବେ କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଯାଇଛନ୍ତି ବୋଲି ଅଭିଯୋଗ ହେଉଛି। ଏନେଇ ଅନ୍ତର୍ଜାତୀୟ ସହଯୋଗ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଜୟ ରଜକ କହିଛନ୍ତି। ସ୍ବଚ୍ଛତା ଅଭିଯାନ ସର୍ବ ପ୍ରଥମେ ସନ୍ଥ ଗାଡ୍‌ଗେଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ତାଙ୍କର ପ୍ରକୃତ ନାମ ଦେବୁଜୀ ଝିଙ୍ଗରାଜ ଜନରକାର। ସେ ୧୮୭୬ ଫେବୃୟାରୀ ୨୩ରେ ମହାରାଷ୍ଟ୍ରର ଶେନ୍ଦଗାଓ୍ବଁରେ ଜନ୍ମଗ୍ରହଣ କରିଥିଲେ। ୧୯୬୫ ଡିସେମ୍ବର ୨୦ରେ ଅମରାବତୀଠାରେ ସେ ଦେହତ୍ୟାଗ କରିଥିଲେ। ଜୀବନବ୍ୟାପି ସେ ସ୍ବଚ୍ଛତା ଅଭିଯାନକୁ ଗୁରୁତ୍ୱ ଦେଇଥିଲେ। ପରବର୍ତ୍ତୀ ସମୟରେ ୨୦୧୪ଠାରୁ ମୋଦି ସରକାର ଏହି ଅଭିଯାନ ପୁଣି ଥରେ ଆରମ୍ଭ କରିଥିବା ଅଜୟ କହିଛନ୍ତି। ତେଣୁ ତାଙ୍କ ନାମରେ ସ୍ବଚ୍ଛତା ସମ୍ମାନ ପ୍ରଦାନ କରିବାକୁ ଅନ୍ତର୍ଜାତୀୟ ସହଯୋଗ ସଂଗଠନ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri