‘ସ୍ବଚ୍ଛତା ହଁି ସେବା’ କାର୍ଯ୍ୟକ୍ରମ: ଝାଡୁ ଧରି ସଫେଇ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ.ଏ.)- ବାଲେଶ୍ୱର ଜିଲାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ ରବିବାର ‘ସ୍ବଚ୍ଛତା ହଁି ସେବା’ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଯୋଗଦେଇ ପଞ୍ଚଲିଙ୍ଗେଶ୍ୱର ବସ୍‌ଷ୍ଟାଣ୍ଡଠାରୁ ସଫେଇ ଅଭିଯାନ ଆରମ୍ଭ କରିଥିଲେ। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ ବକ୍ତବ୍ୟରେ ପ୍ରତ୍ୟେକ ବ୍ୟକ୍ତି ନିଜ ପରିବେଶକୁ ସ୍ବଚ୍ଛ ଓ ପରିଷ୍କାର ରଖିଲେ ସମଗ୍ର ପରିବେଶ ସ୍ବଚ୍ଛ ଓ ପରିଷ୍କାର ରହିବ। ଏଥିପାଇଁ ବିଶେଷ କରି ଲୋକମାନେ ଖୋଲାସ୍ଥାନରେ ମଳ, ମୂତ୍ର ତ୍ୟାଗ ନ କରି ଶୌଚାଳୟ ବ୍ୟବହାର କରିବା ଉଚିତ୍‌। ସ୍ବଚ୍ଛତା ଅଭିଯାନକୁ କେନ୍ଦ୍ରସରକାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଥେଷ୍ଟ ଭାବେ ଗୁରୁତ୍ୱ ଦେଉଥିବା ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମରେ ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଔପଦା ବିଡ଼ିଓ ପିତାମ୍ବର ଭୋଇ, ନୀଳଗିରି ଆଇଆଇସି ନଳିତା ମୋଦି, ସ୍ଥାନୀୟ ସରପଞ୍ଚ, ଆଖପାଖ ଅଞ୍ଚଳବାସୀ, ହିତାକାଂକ୍ଷୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସୌଜନ୍ୟ ବାଲେଶ୍ୱର ଜିଲା ଜଳ ପରିମଳ ତରଫରୁ ଅନୁଷ୍ଠିତ ହୋଇଥିଲା। ସୋମବାରଠାରୁ ଶ୍ରାବଣ ମାସର ପ୍ରଥମ ସୋମବାର ଏହି ପୀଠକୁ କାଉଡ଼ିଆ ଯାତ୍ରା ଆରମ୍ଭ ହେଉଥିବା ବେଳେ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri