Posted inଖେଳ

ସ୍ବତନ୍ତ୍ର କ୍ଲବରେ ଓ୍ବାଟଲିଂ

ମାଉଣ୍ଟ ମାଉନଗାନୁଇ,୨୪।୧୧- ଶହେରୁ ଅଧିକ ବର୍ଷର ଟେଷ୍ଟ ଇତିହାସରେ ଏପର୍ଯ୍ୟନ୍ତ କେବଳ ୯ ଜଣ ଉଇକେଟକିପର ବ୍ୟାଟ୍ସମ୍ୟାନ ଦ୍ୱିଶତକ ହାସଲ କରିଛନ୍ତି। ଏହି କ୍ଲବରେ ସଦ୍ୟତମ ଖେଳାଳି ଭାବେ ସାମିଲ ହୋଇଛନ୍ତି ନ୍ୟୁଜିଲାଣ୍ଡର ବି. ଜେ. ଓ୍ବାଟଲିଂ। ସେ ଦେଶର ପ୍ରଥମ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ଦ୍ୱିଶତକ ହାସଲ କରିଛନ୍ତି। ଓ୍ବଲଟିଂ ଇଂଲଣ୍ଡ ବିପକ୍ଷ ଚଳିତ ଟେଷ୍ଟର ୪ର୍ଥ ଦିନରେ ଦ୍ୱିଶତକ ପୁରଣ କରିଛନ୍ତି। ୩୪ ବର୍ଷୀୟ ଖେଳାଳି ୪୭୩ ବଲର ସମ୍ମୁଖୀନ ହୋଇ ୨୦୫ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୨୪ ଚୌକା ଓ ଗୋଟିଏ ଛକା ସାମିଲ ଥିଲା। ତାଙ୍କ ପୂର୍ବରୁ ନ୍ୟୁଜିଲାଣ୍ଡ ପାଇଁ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ଥିଲେ ବ୍ରେଣ୍ଡନ ମ୍ୟାକ୍‌କୁଲମ। ସେ ୨୦୧୦ରେ ବାଂଲାଦେଶ ବିପକ୍ଷରେ ହାମିଲଟନଠାରେ ୧୮୫ ରନ୍‌ କରିଥିଲେ। ତେବେ ବିଶ୍ୱ କ୍ରିକେଟରେ ଜିମ୍ବାଓ୍ବେର ପୂର୍ବତନ ଖେଳାଳି ଆଣ୍ଡି ଫ୍ଲାଓ୍ବାରଙ୍କ ନାମରେ ଜଣେ ଉଇକେଟକିପର ଭାବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ରେକର୍ଡ ରହିଛି। ସେ ୨୦୦୦ରେ ନାଗପୁରଠାରେ ଭାରତ ବିପକ୍ଷରେ ୨୩୨ ରନ୍‌ କରିଥିଲେ। ତାଙ୍କ ପଛକୁ କୁମାର ସଙ୍ଗକାରା (ପାକିସ୍ତାନ ବିପକ୍ଷରେ ଲାହୋରଠାରେ ୨୩୦) ରହିଛନ୍ତି। ଏହି ତାଲିକାରେ ପୂର୍ବତନ ଭାରତୀୟ ଅଧିନାୟକ ତଥର ଉଇକେଟ କିପର ମହେନ୍ଦ୍ର ସିଂ ଧୋନୀ ୩ୟ ସ୍ଥାନରେ ରହିଛନ୍ତି। ସେ ଚେନ୍ନାଇଠାରେ ଅଷ୍ଟ୍ରେଲିଆର ବିପକ୍ଷରେ ୨୨୪ ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri