Posted inଖେଳ

ସ୍ବତନ୍ତ୍ର ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଆବିଦ ଅଲି

କରାଚୀ,୨୧।୧୨- ପାକିସ୍ତାନ ଓପନର ଆବିଦ ଅଲି ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କରିଛନ୍ତି। ଏହା ସହିତ ଆବିଦ କ୍ରମାଗତ ପ୍ରଥମ ଦୁଇ ଟେଷ୍ଟରେ ଶତକ ହାସଲ କରିଥିବା ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଶ୍ରୀଲଙ୍କା ସ୍ପିନର ଲାସିଥ ଏମ୍ବୁଲଡେନିୟାଙ୍କ ବଲକୁ ସୁଇପ୍‌ ଶଟ୍‌ ଖେଳି ୩୨ ବର୍ଷୀୟ ବ୍ୟାଟ୍ସମ୍ୟାନ କ୍ୟାରିୟରର ଦ୍ୱିତୀୟ ଶତକ ପୂରଣ କରିଛନ୍ତି। ଏଥିପୂର୍ବରୁ ରାଓ୍ବଲପିଣ୍ଡଠାରେ ପଦାର୍ପଣ ଟେଷ୍ଟରେ ଆବିଦ ୧୦୯ ରନ୍‌ର ଇନିଂସ ଖେଳିଥିଲେ। ବିଶ୍ୱର ୯ମ ବ୍ୟାଟ୍ସମ୍ୟାନ ଭାବେ କ୍ୟାରିୟରର ପ୍ରଥମ ଦୁଇ ଟେଷ୍ଟରେ ଶତକ ହାସଲ କରିଛନ୍ତି। ଏହି ତାଲିକାରେ ସାମିଲ ହେବାରେ ସେ ପ୍ରଥମ ପାକିସ୍ତାନ କ୍ରିକେଟର। ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ୧୯୮୪ରେ କ୍ୟାରିୟରର ପ୍ରଥମ ୩ ଟେଷ୍ଟରେ ୩ ଶତକ କରିଥିଲେ। ତାଙ୍କ ବ୍ୟତୀତ ସୌରଭ ଗାଙ୍ଗୁଲି, ରୋହିତ ଶର୍ମା, ଅଷ୍ଟ୍ରେଲିଆର ଓ୍ବିଲିୟମ ପନସଫର୍ଡ, ଡଗ ଓ୍ବାଲଟର, ଗ୍ରେଗ ବ୍ଲଓ୍ବେଟ୍ଟ, ଓ୍ବେଷ୍ଟଇଣ୍ଡିଜର ଆଲଭିନ କାଲିଚରଣ ଓ ନ୍ୟୁଜିଲାଣ୍ଡର ଜିମି ନିଶାମ ତାଲିକାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri