ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ। ପ୍ରାୟ ୩ ହଜାର କୋଟି ଟଙ୍କା ବ୍ୟୟରେ ଏହି ଓ୍ବେଷ୍ଟର୍ନ ବର୍ଥ ନିର୍ମାଣ ହେବ ବୋଲି ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରାୟ ବୁଧବାର ସୂଚନା ଦେଇଛନ୍ତି। ଏ ପ୍ରକଳ୍ପ ନିର୍ମାଣ ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟକୁ ପ୍ରସ୍ତାବ ଦିଆଯାଇଛି। ସରକାରୀ କ୍ଲିୟରାନ୍ସ ମିଳିଲେ ବର୍ଥ ନିର୍ମାଣ କାମ ଆରମ୍ଭ ହେବ। ଆବଶ୍ୟକ ପାଣ୍ଠି ୩ ହଜାର କୋଟି ମଧ୍ୟରୁ ୮ରୁ ୯ଶହ କୋଟି ଟଙ୍କା ପାରାଦୀପ ବନ୍ଦର ଖର୍ଚ୍ଚ କରିବ। ଅବଶିଷ୍ଟ ଅର୍ଥ ଘରୋଇ କମ୍ପାନୀ ଖର୍ଚ୍ଚ କରିବ ବୋଲି ଜଣାପଡ଼ିଛି। ପିପିପି ମୋଡ୍‌ରେ ଏହା କରାଯାଇ ବନ୍ଦରର କଳେବର ବୃଦ୍ଧି କରାଯିବ।
ସୂଚନାଥାଉ କି, କ୍ୟାପ୍‌ସାଇଜ୍‌ ଜାହାଜରେ ୧ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ଦେଢ଼ଲକ୍ଷ ମେଟ୍ରିକ୍‌ ଟନ୍‌ ପଣ୍ୟ ଆସିଥାଏ। ସେଭଳି ଜାହାଜ ପାଇଁ ବନ୍ଦରର ଗଭୀରତା ୧୮ରୁ ୨୫ ମିଟର ଆବଶ୍ୟକ ଥାଏ। ଏବେର ବର୍ଥ ସେତେ ଗଭୀର ନ ଥିବାରୁ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ପାଇଁ ସ୍ବତନ୍ତ୍ର ବର୍ଥ ନିର୍ମାଣ ହେବ। ସମ୍ପ୍ରତି ଦେଶରେ କ୍ୟାପ୍‌ସାଇଜ ଜାହାଜ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ବର୍ଥ ନିର୍ମାଣ କରୁରୀ ହୋଇପଡ଼ିଛି ବୋଲି ଅଧ୍ୟକ୍ଷ ରାୟ କହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ ୨୦ରୁ ୨୫ ନିୟୁତ ମେଟ୍ରିକ ଟନ୍‌ ପଣ୍ୟ କାରବାର ବୃଦ୍ଧି ଘଟିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?