ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ନିକଟରେ ଦାବି କରିଥିଲେ। କିନ୍ତୁ କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀଙ୍କ ଏହି ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି। ରାଜ୍ୟ ସଭାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ବୁଧବାର ବିଜେଡି ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି, ଚତୁର୍ଦ୍ଦଶ ଅର୍ଥ କମିଶନ ସ୍ବତନ୍ତ୍ର ଓ ସାଧାରଣ ବର୍ଗ ରାଜ୍ୟ ମଧ୍ୟରେ କୌଣସି ପାର୍ଥକ୍ୟ ରଖି ନାହାନ୍ତି। ସେଥିଲାଗି ବର୍ତ୍ତମାନ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ବ୍ୟବସ୍ଥା ପ୍ରଚଳିତ ନାହିଁ। ପ୍ରସନ୍ନ ତାଙ୍କ ପ୍ରଶ୍ନରେ ଓଡ଼ିଶା ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ କେନ୍ଦ୍ର ସରକାର ଏହାକୁ ମାନଦଣ୍ଡ ଭାବେ ବିଚାରକରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବେ କି ବୋଲି ନିର୍ଦ୍ଦିଷ୍ଟ ଭାବେ ଜାଣିବାକୁ ଚାହିଁଥିଲେ। ଏହାସହ ଫନୀ ପାଇଁ କେନ୍ଦ୍ର ସରକାର ଓଡ଼ିଶାକୁ କେତେ ସହାୟତା ଦେଇଥିବା ନେଇ ଜାଣିବାକୁ ଚାହିଁଥିଲେ। ପ୍ରସନ୍ନଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ଏସ୍‌ଡିଆର୍‌ଏଫ୍‌ରୁ ଓଡ଼ିଶା ସରକାରଙ୍କୁ ଏପ୍ରିଲ ୨୯ରେ ଅଗ୍ରିମ ୩୪୦.୮୭ କୋଟି ଟଙ୍କା ଦିଆଯାଇଥିଲା। ଏହାପରେ ପ୍ରଧାନମନ୍ତ୍ରୀ ନିଜେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବାପରେ ମେ ୭ରେ ୧ ହଜାର କୋଟି ଟଙ୍କାର ଅତିରିକ୍ତ ସହାୟତା ଦିଆଯାଇଛି। ଓଡ଼ିଶା ସରକାର ଏନ୍‌ଡିଆର୍‌ଏଫ୍‌ରୁ ୫୨୨୭.୬୮ କୋଟି ଟଙ୍କା ଦାବି କରିଛି। ଏନେଇ ଏକ ସ୍ମାରକପତ୍ର ମଧ୍ୟ କେନ୍ଦ୍ରକୁ ଦିଆଯାଇଛି। ଏହା ମିଳିବା ପରେ ମନ୍ତ୍ରଣାଳୟ ପକ୍ଷରୁ ଏକ କମିଟି ଗତ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯାଇ କ୍ଷୟକ୍ଷତି ଆକଳନ କରିଛନ୍ତି। ରିପୋର୍ଟ ମିଳିବା ପରେ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଏନ୍‌ଡିଆର୍‌ଏଫ୍‌ରୁ ପୁଣିଥରେ ସହାୟତା ଯୋଗାଇ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ତେବେ ଚତୁର୍ଦ୍ଦଶ ଅର୍ଥ କମିଶନରେ କୌଣସି ରାଜ୍ୟକୁ ସ୍ବତନ୍ତ୍ର ପାହ୍ୟା ମାନ୍ୟତା ମିଳିବା ନେଇ ବ୍ୟବସ୍ଥା ନାହିଁ ବୋଲି କେନ୍ଦ୍ର ଯେଉଁ କଥା କହୁଛି ତାହା ଠିକ୍‌ ନୁହେଁ। ଏଭଳି ତଥ୍ୟ ରଖି କେନ୍ଦ୍ର ସରକାର ବିଭ୍ରାନ୍ତି କରୁଛନ୍ତି ବୋଲି ପ୍ରସନ୍ନ କହିଛନ୍ତି। ପ୍ରକାଶ ଯେ, ସାଧାରଣ ନିର୍ବାଚନ ପରେ ଗତ ଜୁନ୍‌ ୧୧ରେ ନବୀନ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଗତ ଜୁନ୍‌ ୧୫ରେ ନୀତି ଆୟୋଗ ପରିଚାଳନା ବୈଠକ ଏବଂ ୧୯ରେ ସର୍ବଦଳୀୟ ବୈଠକରେ ନବୀନ ଯୋଗଦେଇଥିଲେ। ଓଡ଼ିଶା ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ ଘୋଷଣାକରି ନିର୍ଦ୍ଦିଷ୍ଟ ଅବଧି ପାଇଁ ଆର୍ଥିକ ପ୍ୟାକେଜ ଦେବାକୁ ସେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri