Posted inଖେଳ

ସ୍ବତନ୍ତ୍ର ରେକର୍ଡ ଅଧିକାରୀ ପୋଲାର୍ଡ

ପାଲିକେଲ,୫ା୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ ୫୦୦ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଏଥିସହ କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ ୧୦ ହଜାର ରନ୍‌ ପୂରଣ କରିବାରେ ବିଶ୍ୱର ସେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ଅଧିନାୟକ ପୋଲାର୍ଡ ଏହି ମ୍ୟାଚ୍‌ ପୂର୍ବରୁ ଉଭୟ ଅନ୍ତର୍ଜାତୀୟ ଓ ଫ୍ରାଞ୍ଚାଇଜ ଭିତ୍ତିକ କ୍ରିକେଟରେ ମୋଟ ୯,୯୬୬ ରନ୍‌ କରିଥିଲେ। ଏହି ମ୍ୟାଚ୍‌ରେ ସେ ୧୫ ବଲରେ ୩୪ ରନ୍‌ କରି ନିଜ ଦେଶର ବିସ୍ଫୋରକ ଓପନର କ୍ରିସ ଗେଲଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ଗେଲ ଟି୨୦ ଫର୍ମାଟରେ ସର୍ବାଧିକ ୧୩,୨୯୬ ରନ୍‌ କରିଛନ୍ତି। ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ବ୍ୟତୀତ ୩୨ ବର୍ଷୀୟ ଖେଳାଳି ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଓ୍ବେଷ୍ଟଇଣ୍ଡିଜ, ବାଂଲାଦେଶ, ଦକ୍ଷିଣ ଆଫ୍ରିକା ଓ ପାକିସ୍ତାନରେ ଫ୍ରାଞ୍ଚାଇଜ ଭିତ୍ତିକ କ୍ରିକେଟ ଖେଳନ୍ତି। ଏହି ଅବସରରେ ଗେଲ ଟୁଇଟ୍‌ କରି ପୋଲାର୍ଡଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୫୦୦ ମ୍ୟାଚ୍‌ ଖେଳିବା ଓ ୧୦ ହଜାର ରନ୍‌ କ୍ଲବରେ ସାମିଲ ହେବା ପାଇଁ ଶୁଭେଚ୍ଛା ବୋଲି ପୋଲାର୍ଡ ଟୁଇଟ୍‌ କରିଛନ୍ତି। ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ଶ୍ରୀଲଙ୍କା ୧୭୧ ରନ୍‌ରେ ସୀମିତ ରହିଥିଲା। ଏହି ବିଜୟ ସହ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri