ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗ ଦେବାପାଇଁ ସ୍ବଦେଶ ଫେରି ଆସିବେ। ଶନିବାର ତାଙ୍କ ଶାଶୁ କାନ୍ଥି ପେରେରାଙ୍କର କଲମ୍ବୋସ୍ଥିତ ବାସଭବନରେ ବିୟୋଗ ହୋଇଥିଲା ବୋଲି ଶ୍ରୀଲଙ୍କା କ୍ରିକେଟ୍‌ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ଗୁରୁବାର ତାଙ୍କ ଅନ୍ତ୍ୟେଷ୍ଟି ଅନୁଷ୍ଠିତ ହେବ। ମାଲିଙ୍ଗା କିନ୍ତୁ ଶ୍ରୀଲଙ୍କାର ପରବର୍ତ୍ତୀ ମ୍ୟାଚ୍‌ ପୂର୍ବରୁ ଦଳ ସହ ଯୋଗ ଦେଇଥିବେ ବୋଲି ଜଣାପଡ଼ିଛି। ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ଜୁନ୍‌ ୧୫ରେ ଅଷ୍ଟ୍ରେଲିଆକୁ ଭେଟିବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri