Posted inଜାତୀୟ

‘ସ୍ବଦେଶୀ ଅସ୍ତ୍ରରେ ପରବର୍ତ୍ତୀ ଯୁଦ୍ଧ ଜିତିବୁ’

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ସଶସ୍ତ୍ର ବାହିନୀରେ ସ୍ବଦେଶୀ ଜ୍ଞାନକୌଶଳକୁ ଅଧିକ ମାତ୍ରାରେ ସାମିଲ କରିବା ଉପରେ ସେନାମୁଖ୍ୟ ଜେନେରାଲ ବିପିନ ରାଓ୍ବତ ଗୁରୁତ୍ୱାରୋପ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର ବ୍ୟବସ୍ଥାରେ ଭାରତ ପରବର୍ତ୍ତୀ ଯୁଦ୍ଧ ଲଢ଼ି ଜିତିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଡିଆର୍‌ଡିଓର ୪୧ତମ ନିର୍ଦ୍ଦେଶକ ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ଜେନେରାଲ ରାଓ୍ବତ କହିଥିଲେ, ଭବିଷ୍ୟତ ଯୁଦ୍ଧକୁ ଦୃଷ୍ଟିରେ ରଖି ଅସ୍ତ୍ରଶସ୍ତ୍ର ଓ ଅନ୍ୟାନ୍ୟ ବ୍ୟବସ୍ଥାର ବିକାଶ କରାଯିବା ଆବଶ୍ୟକ। ଏଥିପାଇଁ ଆମକୁ ସାଇବର ସ୍ପେସ୍‌, ଲେଜର, ଇଲେକ୍ଟ୍ରୋନିକ ଯୁଦ୍ଧ ସରଞ୍ଜାମ ଏବଂ ରୋବୋଟ ବିଜ୍ଞାନ ସମେତ କୃତ୍ରିମ ବୈଦ୍ଧିକତାର ବିକାଶ କରାଯିବା ଜରୁରୀ। ଏ ସମ୍ପର୍କରେ ଏବେଠାରୁ ଚିନ୍ତା ନ କଲେ ବହୁତ ବିଳମ୍ବ ହୋଇଯିବ ବୋଲି ସେନାମୁଖ୍ୟ କହିଛନ୍ତି।
ଏହି ଅବସରରେ ସେନାମୁଖ୍ୟ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ)ର ସଫଳତାକୁ ନେଇ ଉଚ୍ଚ ପ୍ରଶଂସା କରିଥିଲେ। ଭାରତ ଅନ୍ୟତମ ସର୍ବାଧିକ ଅସ୍ତ୍ରଶସ୍ତ୍ର ଆମଦାନୀକାରୀ ରାଷ୍ଟ୍ର। ସ୍ବାଧୀନତାର ୭ ଦଶନ୍ଧି ପରେ ଏଭଳି ମନ୍ତବ୍ୟ ଦେବା ଆଦୌ ଗର୍ବର କଥା ନୁହେଁ। ତେବେ ଗତ କିଛି ବର୍ଷ ମଧ୍ୟରେ ଏଥିରେ ପରିବର୍ତ୍ତନ ଆସିପାରିଛି। ସ୍ବଦେଶୀ ଜ୍ଞାନକୌଶଳରେ ସେନାର ଆବଶ୍ୟକତା ପୂରଣ କରିବା ଲାଗି ଡିଆର୍‌ଡିଓ ପ୍ରତିଶ୍ରୁତିବଦ୍ଧ ଓ ସେ ଦିଗରେ କାର୍ଯ୍ୟ ଜାରି ରଖିଛି ବୋଲି ଜେନେରାଲ ରାଓ୍ବତ କହିଥିଲେ।
ଡିଆର୍‌ଡିଓର ଦୁଇଦିନିଆ ସମ୍ମିଳନୀର ଉଦ୍‌ଘାଟନ ଉତ୍ସବରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ, ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭଦୌରିଆ, ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ, ଡିଆର୍‌ଡିଓ ମୁଖ୍ୟ ଜି. ସଥିଶ ରେଡ୍ଡୀ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ପୂର୍ବତନ ରାଷ୍ଟ୍ରପତି ତଥା ମିଶାଇଲମ୍ୟାନ୍‌ ଏପିଜେ ଅବଦୁଲ କଲାମଙ୍କ ୮୮ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିରକ୍ଷାମନ୍ତ୍ରୀ ଡିଆର୍‌ଡିଓ ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ବିଜ୍ଞାନର ଅଗ୍ରଗତି ମାଧ୍ୟମରେ ଦେଶର ବିକାଶ ଲାଗି କଲାମ ଦେଖିଥିବା ସ୍ବପ୍ନକୁ ଅନୁଭବ କରିବା ସହ ତାଙ୍କ ଜୀବନୀ ଓ କାର୍ଯ୍ୟ ଦ୍ୱାରା ଅନୁପ୍ରାଣିତ ହେବା ଲାଗି ରାଜନାଥ ଆହ୍ବାନ ଦେଇଥିଲେ। ପ୍ରତିରକ୍ଷା କ୍ଷେତ୍ରରେ ଦେଶକୁ ପୂର୍ଣ୍ଣ ଆତ୍ମନିର୍ଭରଶୀଳ କରିବା ଲାଗି ସ୍ବଦେଶୀ ସିଷ୍ଟମର ବିକାଶ ଉପରେ ସେ ଜୋର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri