ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୫: କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ ସମୟରେ ସମ୍ପୁର୍ଣ୍ଣ ବେତନ ଦେଇପାରୁ ନ ଥିବା କମ୍ପାନୀ ବିରୋଧରେ ହୋଇଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଛନ୍ତି। ଏଥିସହ ଲକ୍‌ଡାଉନ ସମୟରେ ସମ୍ପୂର୍ଣ୍ଣ ଦରମା ଦେଇପାରୁ ନ ଥିବା କମ୍ପାନୀ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କେନ୍ଦ୍ରକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ମେ’୧୭ ଯାଏଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ସମସ୍ତ ଶିଳ୍ପ ବନ୍ଦ ରହିଛି। ଏହି କଷ୍ଟକର ସମୟରେ, ଅନେକ କମ୍ପାନୀ ଅଛନ୍ତି, ଯେଉଁମାନେ କର୍ମଚାରୀଙ୍କୁ ସମ୍ପୁର୍ଣ୍ଣ ଦରମା ଦେବାରେ ସକ୍ଷମ ନୁହଁନ୍ତି। ଯାହାକୁ ନେଇ ଅନେକ ସ୍ଥାନରେ ଅସନ୍ତୋଷ ଦେଖାଦେଇଛି। ଏନେଇ ମାର୍ଚ୍ଚ ୨୨ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କମ୍ପାନୀ ବିରୋଧରେ ଏକ ଆବେଦନ କରାଯାଇଥିଲା। ଏଥିସହ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଥିଲା। କିନ୍ତୁ ଲକ୍‌ଡାଉନ ଯୋଗୁ କିଛି କମ୍ପାନୀର ଭଲ ଆୟ ହୋଇପାରୁ ନ ଥିବାରୁ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବା ଅସମ୍ଭବ ହୋଇପଡ଼ିଛି। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri