ସ୍ବର୍ଗଦ୍ୱାରରୁ ହଟିବ ବିଜୁଙ୍କ ସମାଧି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ଥିବା ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ସମାଧିସ୍ଥଳ ହଟିବ। ତେବେ ସେଠାରେ କେବଳ ସ୍ମୃତିଫଳକ ରହିବ ବୋଲି ବିଜେଡି ଏକ ଖବରଦାତା ସମ୍ମିଳନୀ ଜରିଆରେ ଶୁକ୍ରବାର ଘୋଷଣା କରିଛି। ଉକ୍ତ ସ୍ଥାନ ସାଧାରଣ ଲୋକଙ୍କ ସେବାରେ ସମ୍ପୂର୍ଣ୍ଣ ସମର୍ପିତ ହେବ ବୋଲି ଦଳ ପକ୍ଷରୁ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ବିଜୁ ପଟ୍ଟନାୟକଙ୍କ ସମାଧି ପାଇଁ ସ୍ବର୍ଗଦ୍ୱାରରେ ଏକ ବୃହତ୍‌ ଅଂଶ ସରକାରଙ୍କ ଦଖଲରେ ରହିଥିଲା, ଯାହାକୁ ନେଇ ଅନେକ ସମୟରେ ବିରୋଧୀ ପ୍ରଶ୍ନ ଉଠାଇ ଆସୁଥିଲେ।
ଅପରପକ୍ଷରେ ସ୍ବର୍ଗଦ୍ୱାର ବିକାଶ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। ସ୍ବର୍ଗଦ୍ୱାର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି କହିଛନ୍ତି। ଏହି ଅର୍ଥ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଭରଣା କରାଯିବ। ଏହି କାର୍ଯ୍ୟକୁ ଫୋନିକ୍ସ ଫାଉଣ୍ଡେଶନ ସହଯୋଗରେ ରାଜ୍ୟ ସରକାର କରିବେ। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫନୀ ପ୍ରଭାବରେ ସ୍ବର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା। ଉକ୍ତ କ୍ଷତିକୁ ଭରଣା କରିବା ଲାଗି ଏହି ପ୍ୟାକେଜ ଘୋଷଣା କରାଯାଇଥିବା ରାଜ୍ୟ ସରକାର ଘୋଷଣା କରିଛନ୍ତି। ଉକ୍ତ ବିକାଶ କାର୍ଯ୍ୟ ଦ୍ୱାରା ଶବଦାହଠାରୁ ଆରମ୍ଭ କରି ଶବ ବାହକଙ୍କ ଲାଗି ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ। ସବୁ ଋତୁରେ ଯେପରି ସୁରୁଖୁରୁରେ ଶବ ଦାହ କରାଯାଇପାରିବ ସେଥିନିମନ୍ତେ ସ୍ବର୍ଗଦ୍ୱାରଠାରେ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଯେଉଁମାନେ ଶବ ବାହକ ଆସିବେ ସେମାନଙ୍କ ସୁବିଧା କରିବା ପାଇଁ ବିଶ୍ରାମ କକ୍ଷଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷ ରୋପଣ ମଧ୍ୟ କରାଯିବ। ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାହେବ। ଏହି କାର୍ଯ୍ୟ ୬ ମାସ ମଧ୍ୟରେ ଶେଷ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ବିଜୁ ପଟ୍ଟନାୟକ କୋଟିକୋଟି ଓଡିଆଙ୍କ ହୃଦୟରେ ଅଛନ୍ତି। ସ୍ବର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା ସେସବୁ ରାଜ୍ୟବାସୀଙ୍କ ସେବାରେ ଲାଗିବ। ସ୍ବର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମିଭାବେ ବର୍ଣ୍ଣନା କରି ଏହାର ବିକାଶରେ ସମସ୍ତଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହି ଅବସରରେ ପଞ୍ଚାୟତିରାଜ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲାପାଳ ଏବଂ ଫୋନିକ୍ସ ଫାଉଣ୍ଡେଶନର ଅଧ୍ୟକ୍ଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri