ସ୍ବର୍ଗଦ୍ୱାରରୁ ହଟିବ ବିଜୁଙ୍କ ସମାଧି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ଥିବା ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ସମାଧିସ୍ଥଳ ହଟିବ। ତେବେ ସେଠାରେ କେବଳ ସ୍ମୃତିଫଳକ ରହିବ ବୋଲି ବିଜେଡି ଏକ ଖବରଦାତା ସମ୍ମିଳନୀ ଜରିଆରେ ଶୁକ୍ରବାର ଘୋଷଣା କରିଛି। ଉକ୍ତ ସ୍ଥାନ ସାଧାରଣ ଲୋକଙ୍କ ସେବାରେ ସମ୍ପୂର୍ଣ୍ଣ ସମର୍ପିତ ହେବ ବୋଲି ଦଳ ପକ୍ଷରୁ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ବିଜୁ ପଟ୍ଟନାୟକଙ୍କ ସମାଧି ପାଇଁ ସ୍ବର୍ଗଦ୍ୱାରରେ ଏକ ବୃହତ୍‌ ଅଂଶ ସରକାରଙ୍କ ଦଖଲରେ ରହିଥିଲା, ଯାହାକୁ ନେଇ ଅନେକ ସମୟରେ ବିରୋଧୀ ପ୍ରଶ୍ନ ଉଠାଇ ଆସୁଥିଲେ।
ଅପରପକ୍ଷରେ ସ୍ବର୍ଗଦ୍ୱାର ବିକାଶ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ପ୍ୟାକେଜ ଘୋଷଣା କରିଛନ୍ତି। ସ୍ବର୍ଗଦ୍ୱାର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି କହିଛନ୍ତି। ଏହି ଅର୍ଥ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଭରଣା କରାଯିବ। ଏହି କାର୍ଯ୍ୟକୁ ଫୋନିକ୍ସ ଫାଉଣ୍ଡେଶନ ସହଯୋଗରେ ରାଜ୍ୟ ସରକାର କରିବେ। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫନୀ ପ୍ରଭାବରେ ସ୍ବର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା। ଉକ୍ତ କ୍ଷତିକୁ ଭରଣା କରିବା ଲାଗି ଏହି ପ୍ୟାକେଜ ଘୋଷଣା କରାଯାଇଥିବା ରାଜ୍ୟ ସରକାର ଘୋଷଣା କରିଛନ୍ତି। ଉକ୍ତ ବିକାଶ କାର୍ଯ୍ୟ ଦ୍ୱାରା ଶବଦାହଠାରୁ ଆରମ୍ଭ କରି ଶବ ବାହକଙ୍କ ଲାଗି ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ। ସବୁ ଋତୁରେ ଯେପରି ସୁରୁଖୁରୁରେ ଶବ ଦାହ କରାଯାଇପାରିବ ସେଥିନିମନ୍ତେ ସ୍ବର୍ଗଦ୍ୱାରଠାରେ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଯେଉଁମାନେ ଶବ ବାହକ ଆସିବେ ସେମାନଙ୍କ ସୁବିଧା କରିବା ପାଇଁ ବିଶ୍ରାମ କକ୍ଷଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷ ରୋପଣ ମଧ୍ୟ କରାଯିବ। ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାହେବ। ଏହି କାର୍ଯ୍ୟ ୬ ମାସ ମଧ୍ୟରେ ଶେଷ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ବିଜୁ ପଟ୍ଟନାୟକ କୋଟିକୋଟି ଓଡିଆଙ୍କ ହୃଦୟରେ ଅଛନ୍ତି। ସ୍ବର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା ସେସବୁ ରାଜ୍ୟବାସୀଙ୍କ ସେବାରେ ଲାଗିବ। ସ୍ବର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମିଭାବେ ବର୍ଣ୍ଣନା କରି ଏହାର ବିକାଶରେ ସମସ୍ତଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହି ଅବସରରେ ପଞ୍ଚାୟତିରାଜ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲାପାଳ ଏବଂ ଫୋନିକ୍ସ ଫାଉଣ୍ଡେଶନର ଅଧ୍ୟକ୍ଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri