ସ୍ବର୍ଗଦ୍ୱାରରେ ନାଟ୍ୟକାର ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୨୭ା୪: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସୋମବାର ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ଅପରାହ୍ନରେ ତାଙ୍କ ମରଶରୀର ପୁରୀରେ ପହଞ୍ଚତ୍ବା ପରେ ପ୍ରଥମେ ଅନ୍ନପୂର୍ଣ୍ଣା ଥିଏଟର ପରିସରକୁ ନିଆଯାଇଥିଲା। ସେଠାରେ ଥିଏଟର କଳାକାରଙ୍କ ସମେତ ରଙ୍ଗଶାଳା ଓ ପୁରୀ ଡ୍ୟାନ୍ସ ଏକାଡେମୀର କଳାକାରମାନେ ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ସ୍ବର୍ଗଦ୍ୱାରକୁ ମରଶରୀର ନିଆଯାଇଥିଲା। ସେଠାରେ ପ୍ରଶାସନିକ ଅଧିକାରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହାପରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ସ୍ବର୍ଗତ ମିଶ୍ରଙ୍କ ବଡ ପୁଅ ଅନୁପମ ମିଶ୍ର ମୁଖାଗ୍ନି ଦେଇଥିଲେ। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଆଡିଶନାଲ ଏସ୍‌ପି ଶାନ୍ତନୁ ଦାଶ, ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ରିଜର୍ଭ ଇନ୍ସପେକ୍ଟର ଚନ୍ଦ୍ରଶେଖର ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଥାଉ କି, ଭୁବନେଶ୍ୱରର ଏକ ନର୍ସିଂହୋମ୍‌ରେ ରବିବାର ଡ. ମିଶ୍ରଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?