ସ୍ବର୍ଣ୍ଣ ତ୍ରିଭୁଜକୁ ହତାଦର

ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ, ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସପ୍ତଶଯ୍ୟା। ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଏହି ଦର୍ଶନୀୟସ୍ଥାନ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାର କ୍ଷମତା ରଖେ। ପର୍ଯ୍ୟଟନ ବିଭବରେ ଭରପୂର ଏହି ସ୍ଥାନକୁ ଜାତୀୟସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଗଲେ ପର୍ଯ୍ୟାପ୍ତ ରାଜସ୍ବ ଆଦାୟର ସୁଯୋଗ ରହିଛି। ହେଲେ ସରକାରୀ ଉଦାସୀନତା ଏବଂ ହତାଦର ଯୋଗୁ ଦୀର୍ଘଦିନ ପରେ ବି ଅବହେଳିତ ଅବସ୍ଥାରେ ରହିଛି ସ୍ବର୍ଣ୍ଣ ତ୍ରିଭୁଜ। ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ କପିଳାସ ଶୈବପୀଠର ଗୁରୁତ୍ୱ ଅନେକ। ଦୀର୍ଘଦିନ ହେଲା ଏହାର ଉନ୍ନୟନମୂଳକ କାର୍ଯ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ତତ୍ତ୍ୱାବଧାନରେ ଚାଲିଛି। ତେବେ ଆଇନଗତ କଟକଣା ଯୋଗୁ ଏଠାରେ ଜିଲା ପ୍ରଶାସନ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିପାରୁନାହିଁ। ଜାଗରଯାତ୍ରା ସମୟରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦୃଷ୍ଟିରୁ କାଁ ଭଁା କାମ ହେଉଛି। ତାହା ବି କେବଳ ମୁଖଶାଳା ଆଖପାଖ ଅଞ୍ଚଳରେ ସୀମିତ। ଯଦିଓ ପ୍ରତ୍ନତତ୍ତ୍ୱ ବିଭାଗ ହାତରେ ପୀଠର ପାରିପାର୍ଶ୍ୱିକ ଉନ୍ନୟନ କାର୍ଯ୍ୟ ନ୍ୟସ୍ତ କରାଯାଇଛି, ହେଲେ ଏହା ବି ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ଅନୁରୂପ ସମସ୍ୟାରେ ଛନ୍ଦି ହୋଇଛି ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦା। ଏଠାରେ ପାନୀୟ ଜଳ ଯୋଗାଣ, ଆଲୋକୀକରଣ, ରାସ୍ତାଘାଟ, ଯାତ୍ରୀ ବିଶ୍ରାମାଗାର ଭଳି ମୌଳିକ ଆବଶ୍ୟକତା ପୂରଣ ହୋଇପାରୁନାହିଁ। କହିବାକୁ ଗଲେ ଯୋରନ୍ଦାର ଉନ୍ନତି କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ସେହିପରି ସବୁଜିମାରେ ଭରପୂର ସପ୍ତଶଯ୍ୟା ମଧ୍ୟ ଅବହେଳାର ଶିକାର ହୋଇ ରହିଛି। ଏଠାରେ ପଞ୍ଚାୟତ ପ୍ରଶାସନ ପକ୍ଷରୁ ଯାହା କିଛି ଉନ୍ନୟନମୂଳକ କାର୍ଯ୍ୟ ଚାଲିଛି। ଏହାର ବିକାଶ ଲାଗି ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହେଉନାହିଁ। ଫଳରେ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ଅନେକ ସମୟରେ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ନିକଟରେ ଓଡ଼ିଶାର ମନ୍ଦିର ଏବଂ ପର୍ଯ୍ୟଟନ କ୍ଷେତ୍ରଗୁଡ଼ିକର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ହେଲେ କପିଳାସ, ସପ୍ତଶଯ୍ୟା ଏବଂ ଯୋରନ୍ଦା ପ୍ରତି ସତେ ଯେମିତି ଆଖି ବୁଜିଦେଇଛନ୍ତି ସରକାର। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଗେଇ ଆସିଲେ ସ୍ବର୍ଣ୍ଣ ତ୍ରିଭୁଜ ବିକାଶ ଦେଖିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri