ସ୍ବଳ୍ପ ବୃଷ୍ଟିପାତ: ଆଗେଇ ପାରୁନି ଚାଷ କାମ

ବନ୍ତ, ୨୩।୭ (ଡି.ଏନ.ଏ.) – ଚଳିତ ଖରିଫ ଋତୁରେ କମ୍‌ ବୃଷ୍ଟିପାତ ଯୋଗୁ ବନ୍ତ ବ୍ଲକର ଶହ ଶହ ଏକର ଜମି ଏବେ ଶୁଖିଲା ପଡ଼ିଛି। ଫଳରେ ଚାଷ କାମ ଆଗେଇ ପାରୁନି। ଅପରପକ୍ଷେ ପାଣିର ଅପବ୍ୟବହାର ନ କରିବାକୁ ଜଳସେଚନ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ପ୍ରକାଶ ଯେ, ବନ୍ତ ବ୍ଲକର ମୋଟ ୧୮,୮୬୫ ହେକ୍ଟର ଚାଷ ଜମି ଥିବାବେଳେ ସମସ୍ତ ଜମି ଜଳସେଚିତ। ସେଥିମଧ୍ୟରୁ ୧୭,୦୬୨ ହେକ୍ଟର ଜମିରେ ଧାନ ଚାଷ କରାଯାଉଛି। ଚଳିତ ଖରିଫ ଋତୁରେ ଧାନ ଚାଷ ପାଇଁ ୧୦୩୧ ହେକ୍ଟର ଜମିରେ ତଳି ପଡ଼ିଛି। ଚଳିତ ମାସରେ ସମଗ୍ର ବ୍ଲକରେ ୭୫ ମି.ମି.ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆବଶ୍ୟକଠାରୁ କମ୍‌ ବର୍ଷା ହେବା ଫଳରେ ଚାଷକାମ ବାଧାପ୍ରାପ୍ତ ହୋଇଛି। କେତେକ ଚାଷୀ କେନାଲ ପାଣି ଉପରେ ଭରସା କରି ତଳି ପକାଇଥିଲେ ମଧ୍ୟ ଅଦ୍ୟାବଧି କେନାଲ ପାଣି ଜମିରେ ମାଡ଼ି ନ ଥିବା ଦେଖାଯାଇଛି। ଅନ୍ୟପକ୍ଷେ ଗତ ୧୫ ତାରିଖରେ ହଦଗଡ ଡ୍ୟାମ୍‌ରୁ ପାଣି ଛଡ଼ାଯାଇଥିଲେ ମଧ୍ୟ ଜମି ଶୁଖିଲା ଥିବାରୁ ପାଣି ମାଡ଼ିବାରେ ବିଳମ୍ବ ହେଉଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଗତ ବର୍ଷଠାରୁ ଏବର୍ଷ ଅଧିକ ପାଣି ଜଳସେଚନ ବିଭାଗ ଆଣିଛି। ଏପରିସ୍ଥଳେ ପାଣିର ଆବଶ୍ୟକତା ଅନୁଯାୟୀ ବ୍ୟବହାର କରିବାକୁ ବିଭାଗ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି।
ବନ୍ତ ବ୍ଲକରେ ମୋଟ ୪ଟି ଜଳସେଚନ ସେକ୍ସନ କାର୍ଯ୍ୟ କରୁଛି। ସେଥିମଧ୍ୟରୁ ଶାଳନିଅଁା ସବ୍‌ଡିଭିଜନ ଅଧୀନରେ ବନ୍ତ ଓ ବିଦ୍ୟାଧରପୁର ସବ୍‌ଡିଭିଜନ ଅଧୀନରେ ଆଗରପଡ଼ା ରହିଛି। ବନ୍ତ ସେକ୍ସନ ଦ୍ୱାରା ୯ ହଜାର ଓ ଆଗରପଡା ସେକ୍ସନ ଦ୍ୱାରା ୧୦ ହଜାର ହେକ୍ଟର ଚାଷଜମିକୁ ଜଳ ଯୋଗାଣ ହେଉଛି ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି। ଏ ସମ୍ପର୍କରେ ଏସ୍‌ଡିଓ ପ୍ରଣବ କୁମାର ନାୟକଙ୍କୁ ପଚାରିବାରୁ ଯେକୌଣସି ପରିସ୍ଥିତିରେ ଚାଷୀମାନଙ୍କୁ ପାଣି ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri