Posted inଜାତୀୟ

ସ୍ବାଗତ ଅପେକ୍ଷାରେ ମୋଗଲ ଗାର୍ଡେନ

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏବେ ସଜେଇ ହୋଇ ଅତିଥିଙ୍କୁ ସ୍ବାଗତ କରିବାକୁ ଅପେକ୍ଷା ରଖିଛି। ଫେବୃୟାରୀ ୫ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଏହା ଆଗନ୍ତୁକଙ୍କୁ ସ୍ବାଗତ କରିବ ବୋଲି ଜଣାପଡିଛି। ଏଠାରେ ପ୍ରାୟ ୧୦ ହଜାରୁ ଅଧିକ ଟ୍ୟୁଲିପ, ୧୩୮ ପ୍ରକାରର ଗୋଲାପ ୭୦ ପ୍ରକାରର ୫ ହଜାରରୁ ଊର୍ଦ୍ଧ୍ୱ ଫୁଲ ଦର୍ଶକଙ୍କ ମନମୋହିବ। ଦୁର୍ଲଭ ଓ ଆକର୍ଷକ ଗୋଲାପ ପାଇଁ ପ୍ରସିଦ୍ଧ ଏହି ଉଦ୍ୟାନରେ ଏଥର ଗ୍ରେସ ଦ ମୋନାକୋ ନାମକ ଗୋଲାପ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିବ ବୋଲି କୁହାଯାଉଛି। ଏହାକୁ ଗତବର୍ଷ ମୋନାକୋର ରାଜା ଏଲବର୍ଟ ଦ୍ୱିତୀୟ ରୋପଣ କରିଥିଲେ। ଏହାସହ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ମଦର ଟେରେସା, ପୂର୍ବତନ ଆମେରିକା ରାଷ୍ଟ୍ରପତି ଜନ ଏଫ୍‌ କେନେଡି, ମହାରାଣୀ ଏଲିଜାବେଥ ଓ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ନାମରେ ନାମିତ ଗୋଲାପ ମଧ୍ୟ ଦର୍ଶକଙ୍କୁ ଟିକେ ଅଡୁଆରେ ପକାଇବାକୁ ପ୍ରସ୍ତୁତ ହୋଇ ରହିଛି। ଏହାସହ ଚା’କପ୍‌ ଆକାରର ଟ୍ୟୁଲିପ ମଧ୍ୟ ଏହି ଗାର୍ଡେନର ଏକ ସ୍ବତନ୍ତ୍ର ପରିଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri