ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ପରେଡ୍‌ରେ ଅଂଶଗ୍ରହଣ କରିବେ ୫୦ ଦଳ

ଅନୁଗୋଳ ଅଫିସ, ୧୭।୭- ଅନୁଗୋଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଆୟୋଜନ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥାକୁ ଠିକ୍‌ ଭାବେ କରିବାକୁ ବିଭାଗୀୟ କର୍ମକର୍ତ୍ତାଙ୍କୁ ସେ ପରାମର୍ଶ ଦେଇଥିଲେ। ତେବେ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଅନୁପସ୍ଥିତ ଥିବାରୁ ଜିଲାପାଳ ବିରକ୍ତି ଭାବ ପ୍ରକାଶ କରିଥିଲେ। ସେହିପରି ସ୍ବାଧୀନତା ଦିବସ ପାଳନ ବେଳେ ବିପଦସଙ୍କୁଳ ଅବସ୍ଥାରେ ଥିବା ଷ୍ଟାଡିୟମ ଉପରକୁ ଦର୍ଶକଙ୍କୁ ଆବଶ୍ୟକ ପଡ଼ିଲେ ଛଡ଼ାଯିବ ନାହିଁ ବୋଲି ଜିଲାପାଳ କହିବା ସହ ମରାମତି କାହିଁକି କରାଯାଉନାହିଁ ବୋଲି ଜାଣିବାକୁ ଚାହିଁଥିଲେ।
ଜିଲାରେ ପ୍ରଦୂଷଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀମାନଙ୍କୁ ପୁରସ୍କାର ସହିତ ଚାରା ପ୍ରଦାନ କରାଯିବ। ଅନୁଗୋଳ ଶିକ୍ଷା ଜିଲାରେ ଗତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଓ ସିବିଏସ୍‌ଇରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଜଣେ ଛାତ୍ରୀ ଓ ଛାତ୍ରଙ୍କୁ ପୁରସ୍କୃତ କରାଯିବ। ଅଗଷ୍ଟ ୫ରେ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟ, ମହିଳା ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟଠାରେ ବକ୍ତୃତା ଏବଂ ଦେଶାତ୍ମବୋଧକ କଣ୍ଠସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ୬ ତାରିଖରେ ବକ୍ତୃତା, ଦେଶାତ୍ମବୋଧକ କଣ୍ଠ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଉଚ୍ଚ ପ୍ରାଥମିକ, ପ୍ରାଥମିକ ଓ ଇଂଲିଶ ମାଧ୍ୟମସ୍ତରୀୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ସେହିପରି କୌତୁକ ପୋଷାକ ଓ ଏକକ ଅଭିନୟ ପ୍ରତିଯୋଗିତା ପୌରପାଳିକା ଟାଉନ ହାଇସ୍କୁଲ ଠାରେ ଅନୁଷ୍ଠିତ ହେବ। ଅଗଷ୍ଟ ୧୧, ୧୨ ଓ ୧୩ ସକାଳ ସାଢ଼େ ସାତଟାରେ ଅନୁଗୋଳ ଷ୍ଟାଡିୟମଠାରେ ପରେଡ ଅଭ୍ୟାସ କରାଯିବ। ପ୍ରଥମ ଦିନରେ ଯେଉଁମାନେ ଅଂଶଗ୍ରହଣ ନ କରିବେ ଉକ୍ତ ଦଳକୁ ପରେଡରୁ ବାଦ୍‌ ଦିଆଯିବ। ଚଳିତ ବର୍ଷ ମାର୍ଚ୍ଚ ଫାଷ୍ଟରେ ୫୦ଟି ଦଳ ଅଂଶଗ୍ରହଣ କରିବେ। ବୈଠକ ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ ଅନୁଷ୍ଠାନର କର୍ମକର୍ତ୍ତା ଓ ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷୟିତ୍ରୀ, ଶିକ୍ଷକ, ବିଶିଷ୍ଟ ବ୍ୟକ୍ତି, ବୁଦ୍ଧିଜୀବୀଙ୍କ ସହ ଶିଳ୍ପ ସଂସ୍ଥାର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri