ସ୍ବାଧୀନତା ଦିବସ ସୁରକ୍ଷାକୁ ନେଇ ଡିଜିପିଙ୍କ ସମୀକ୍ଷା: ମାଓବାଦୀପ୍ରବଣ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ

କଟକ ଅଫିସ, ୧୪।୮: ଆଗାମୀ ସ୍ବାଧୀନତା ଦିବସରେ କୌଣସି ଅପ୍ରୀତିକର ପରିସ୍ଥିତି ଓ ଆତଙ୍କବାଦୀ ଆକ୍ରମଣ ଏଡ଼ାଇବା ଲାଗି ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ସୁରକ୍ଷା ସଂକ୍ରାନ୍ତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ବିଜୟ କୁମାର ଶର୍ମା ଅଧ୍ୟକ୍ଷତା କରିବା ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବେ। ଅନ୍ୟପକ୍ଷେ ବିଭିନ୍ନ ଜିଲାସ୍ତରୀୟ ସମାରୋହରେ ମନ୍ତ୍ରୀମାନେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେଣୁ ଏହି ସମୟରେ ଯେପରି କିଛି ଅପ୍ରୀତିକର ପରିସ୍ଥିତି ତଥା ହିଂସାକାଣ୍ଡ ନ ଘଟିବ ଓ ଶାନ୍ତିଶୃଙ୍ଖଳାର ସହ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ସେଥିପ୍ରତି ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିୟର (ଏସ୍‌ଓପି)କୁ କଡ଼ାକଡ଼ି ପାଳନ କରିବା ଲାଗି ଡିଜିପି ଶର୍ମା ସମସ୍ତ ଜିଲାର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ଏ ନେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭୁବନେଶ୍ୱର-କଟକ କମିଶନରଙ୍କ ସମେତ ରାଜ୍ୟର ସମସ୍ତ ରେଞ୍ଜ ଆଇଜି, ଡିଆଇଜି, ଡିସିପି ଓ ଏସ୍‌ପିଙ୍କ ସହ ଆଲୋଚନା କରିଛନ୍ତି।
ସ୍ବାଧୀନତା ଦିବସକୁ ବର୍ଜନ କରିବା ପାଇଁ ମାଓବାଦୀମାନେ ଡାକରା ଦେଇଛନ୍ତି। ତେଣୁ ରାଜ୍ୟର ମାଓବାଦୀପ୍ରବଣ ଜିଲାଗୁଡିକରେ ସୁରକ୍ଷା ବ୍ୟବସ୍ଥା କିପରି କଡ଼ାକଡ଼ି କରାଯିବ ଏବଂ ଶାନ୍ତିଶୃଙ୍ଖଳାର ସହ ସ୍ବାଧୀନତା ଦିବସ ପାଳନ ହେବ ସେନେଇ ଆଲୋଚନା କରାଯାଇଛି। ଗୋଇନ୍ଦା ତଥ୍ୟ ଆଧାରରେ ସତର୍କ ଓ ସଜାଗ ରହିବାକୁ ଏସ୍‌ପିମାନଙ୍କୁ ଡିଜିପି ଶର୍ମା କହିଛନ୍ତି। ସ୍ବାଧୀନତା ଦିବସ ସମାରୋହ ଆୟୋଜନ ସ୍ଥାନ, ଅଂଶଗ୍ରହଣକାରୀ ଦଳ, ନିମନ୍ତ୍ରିତ ଅତିଥି, ଛାତ୍ରୀଛାତ୍ର ଏବଂ ଆୟୋଜକଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦେବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟସ୍ତରୀୟ ସମାରୋହ ଲାଗି ସ୍ବତନ୍ତ୍ର ଧ୍ୟାନ ଦେବା ସହ ପାର୍କିଂସ୍ଥଳ, ଟ୍ରାଫିକ ବ୍ୟବସ୍ଥା ଓ ବିଶିଷ୍ଟ ଅତିଥିମାନଙ୍କ ଯାତାୟାତ ଉପରେ ଗୁରୁତ୍ୱାରୋପ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି। ଯେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଲାଗି ପ୍ରସ୍ତୁତ ରହିବା ପାଇଁ ସେ ସମସ୍ତ ଅଧିକାରୀଙ୍କୁ କହିଛନ୍ତି। ଏହି ବୈଠକରେ ରାଜ୍ୟ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସୁନୀଲ ରୟ, ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି, ଅତିରିକ୍ତ ଡିଜିପି (କ୍ରାଇମବ୍ରାଞ୍ଚ) ସନ୍ତୋଷ ଉପାଧ୍ୟାୟ, ଅତିରିକ୍ତ ଡିଜିପି (ରେଲଓ୍ବେ) ପ୍ରଣବିନ୍ଦୁ ଆଚାର୍ଯ୍ୟ, ଅତିରିକ୍ତ ଡିଜିପି (ଏସ୍‌ସିଆର୍‌ବି) ସୁଧାଂଶୁ ଷଡଙ୍ଗୀ, ଅତିରିକ୍ତ ଡିଜିପି (ଆଧୁନିକୀକରଣ) ବିନୟତୋଷ ମିଶ୍ର, ଅତିରିକ୍ତ ଡିଜିପି (ଆଇନଶୃଙ୍ଖଳା) ସଞ୍ଜୀବ ପଣ୍ଡା, ଆଇଜି (ଗୋଇନ୍ଦା) ରାଧାକୃଷ୍ଣ ଶର୍ମା, କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇଜି (ପର୍ସୋନେଲ) ପି.ଏସ୍‌.ରଣପିସେ, ଆଇଜି (ହେଡକ୍ବାର୍ଟର) ସଫିନ ଅହମ୍ମଦ କେଙ୍କ ସମେତ ରେଞ୍ଜ ଓ ଜିଲାସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଅନ୍ୟପକ୍ଷରେ ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସୁରକ୍ଷା ପାଇଁ ସ୍ବତନ୍ତ୍ର ଭାବେ ଆଲୋଚନା ହୋଇଥିଲା। ଏଥିସହ ମଙ୍ଗଳବାର ମଧ୍ୟ ଡିଜିପି ଶର୍ମା ଓ ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ପ୍ରଦର୍ଶନୀ ପଡ଼ିଆ ପରିଦର୍ଶନ କରିଛନ୍ତି। ସକାଳେ ସ୍ବାଧୀନତା ଦିବସ ପରିପ୍ରେକ୍ଷୀରେ ସେଠାରେ ପୋଲିସ ପକ୍ଷରୁ ଅଭ୍ୟାସ ପରେଡ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri