Posted inଜାତୀୟ

ସ୍ବାଭାବିକ ହେଉଛି କଶ୍ମୀର ସ୍ଥିତି

ଶ୍ରୀନଗର/ନୂଆଦିଲ୍ଲୀ,୧୦ା୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଉତ୍ତେଜନା ଓ ହିଂସା ଏଡ଼ାଇବା ପାଇଁ ଜାରି ହୋଇଥିବା କଟକଣାକୁ ପ୍ରଶାସନ ପକ୍ଷରୁ ଧୀରେ ଧୀରେ ଉଠାଇ ଦିଆଯାଉଛି। ଏଥିଯୋଗୁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଶୁକ୍ରବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୁସ୍‌ଲିମ୍‌ ସମ୍ପ୍ରଦାୟର ଲୋକେ ପ୍ରାର୍ଥନା କରିଛନ୍ତି। କାଁ ଭାଁ କେତୋଟି ସ୍ଥାନରେ ଅପ୍ରୀତିକର ଘଟଣାକୁ ଛାଡ଼ିଦେଲେ ମୋଟାମୋଟି ଭାବେ ଉପତ୍ୟକାକୁ ଶାନ୍ତି ଫେରୁଛି ବୋଲି କୁହାଯାଇପାରେ।
କିଛିଦିନ ହେଲା ଘରେ ଆବଦ୍ଧ ଥିବା କଶ୍ମୀରୀମାନେ ଏବେ ପଦାକୁ ଗୋଡ଼ କାଢ଼ିଛନ୍ତି। ଶୁକ୍ରବାର ନମାଜ ପାଠ ଥିବାରୁ ସ୍ଥାନୀୟ ମସ୍‌ଜିଦଗୁଡ଼ିକରେ କଟକଣା କୋହଳ କରାଯାଇଥିଲା। ବହୁସଂଖ୍ୟକ ଲୋକ ସାମୂହିକ ନମାଜ ପାଠ କରିଥିଲେ। ମଙ୍ଗଳବାରଠାରୁ କଶ୍ମୀରରେ ଥିବା ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ନିର୍ଦ୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଡୋଭାଲ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଶ୍ରୀନଗରର ଇଦ୍‌ଘା ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ କରିଥିଲେ। ପରେ ସେ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଭେଟି ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ବିଭିନ୍ନ ସହରରେ ଦୋକାନ ବଜାରଗୁଡ଼ିକ ଖୋଲିବାରେ ଲାଗିଛି। ଅଗଷ୍ଟ ୫ରୁ ଜାରି ହୋଇଥିବା ୧୪୪ ଧାରାକୁ ଶୁକ୍ରବାର ଜମ୍ମୁ ଜିଲା ପ୍ରଶାସନ ହଟାଇଦେଇଛି। ଶନିବାରଠାରୁ ସ୍କୁଲ, କଲେଜ ଓ ଅନ୍ୟ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଜିଲାପାଳ ସୁଷମା ଚୌହାନ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତର କଶ୍ମୀରର ସୋପୋରରେ ସୁରକ୍ଷା ବଳକୁ ଟେକାମାଡ଼ ହୋଇଥିବା ଜଣାପଡ଼ିଛି। କୌଣସି ପ୍ରକାର ଅଘଟଣକୁ ଏଡ଼ାଇବା ପାଇଁ ପ୍ରାୟ ସବୁ ସମ୍ବେଦନଶୀଳ ସ୍ଥାନରେ ସୁରକ୍ଷା କର୍ମୀ ପୂର୍ବଭଳି ମୁତୟନ ରହିଛନ୍ତି। ଅନ୍ୟପକ୍ଷରେ ୩୭୦ ଉଚ୍ଛେଦ ପ୍ରତିବାଦରେ ଦିଲ୍ଲୀରେ କଶ୍ମୀରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଜମ୍ମୁ-କଶ୍ମୀରରୁ ଆସି ଦିଲ୍ଲୀ-ଏନ୍‌ସିଆର୍‌ରେ ରହୁଥିବା ଛାତ୍ର ଓ କର୍ମଚାରୀମାନେ ଯନ୍ତରମନ୍ତର ରୋଡ୍‌ରେ ମୁହଁରେ କଳାପଟି ବାନ୍ଧି ଓ ହାତରେ ପ୍ଲାକାର୍ଡ ଧରି କେନ୍ଦ୍ର ବିରୋଧୀ ସ୍ଲୋଗାନ ଦେଇଛନ୍ତି। ଉପତ୍ୟକାରେ ଯୋଗାଯୋଗର ମାଧ୍ୟମ ବିଚ୍ଛିନ୍ନ ହୋଇଥିବାରୁ ୫ ଦିନ ହେଲା ସେମାନେ ନିଜ ପରିବାର ସହ ଫୋନ୍‌ରେ କଥା ହୋଇପାରି ନ ଥିବା ଦିଲ୍ଲୀ ୟୁନିଭର୍ସିଟି, ଜାମିଆ ମିଲିଆ ଇସ୍‌ଲାମିଆ ଏବଂ ଜେଏନ୍‌ୟୁ ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri