Posted inଜାତୀୟ

ସ୍ବାଭାବିକ ହେବ ମନ୍ତ୍ରଣାଳୟ କାର୍ଯ୍ୟ

ନୂଆଦିଲ୍ଲୀ,୧୩ା୪: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶରେ ଜାରି ରହିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆସନ୍ତା ୧୪ ତାରିଖ ଯାଏ ରହିଛି। ଇତିମଧ୍ୟରେ ଓଡ଼ିଶା, ପଞ୍ଜାବ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ କର୍ନାଟକ ସରକାର ଲକ୍‌ଡାଉନ ମିଆଦକୁ ଏପ୍ରିଲ ୩୦ ଯାଏ ବୃଦ୍ଧି କରିଛନ୍ତି। ହେଲେ କେନ୍ଦ୍ର ସରକାର ସାରା ଦେଶରେ ଏହି ତାଲାବନ୍ଦ ଅବଧିକୁ ବଢ଼ାଇବେ କି ନାହିଁ କିମ୍ବା ଅନ୍ୟ କ’ଣ ପଦକ୍ଷେପ ଗ୍ରହଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦେଶର କରୋନା ସ୍ଥିତିକୁ ନେଇ ଆଲୋଚନା କରିଥିଲେ। ଏହି ସମୟରେ ଅଧିକାଂଶ ରାଜ୍ୟ ପକ୍ଷରୁ ଲକ୍‌ଡାଉନ୍‌ ସମୟସୀମା ୨ ସପ୍ତାହ ବୃଦ୍ଧି ନିମନ୍ତେ ପ୍ରସ୍ତାବ ଦିଆଯାଇଥିଲା। ତେଣୁ ତାହାକୁ ପ୍ରଧାନମନ୍ତ୍ରୀ ଗ୍ରହଣ କରିନେବେ ବୋଲି ମନେହେଉଛି। କିନ୍ତୁ ଏକ ଘରୋଇ ଟିଭି ଚ୍ୟାନେଲ ସୂତ୍ର ଅନୁଯାୟୀ, ୧୩ ତାରିଖ ଠାରୁ କେନ୍ଦ୍ର ସରକାରଙ୍କ କାର୍ଯ୍ୟ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ନିଜ ନିଜ ମନ୍ତ୍ରଣାଳୟରେ ସୋମବାରଠାରୁ କାର୍ଯ୍ୟ ଆରମ୍ଭ କରିବା ପାଇଁ କହିଥିବା ଜଣାପଡ଼ିଛି। ଏପରି କି ସାମାଜିକ ଦୂରତ୍ୱର ଗାଇଡ୍‌ଲାଇନକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ମନ୍ତ୍ରୀମାନଙ୍କୁ କୁହାଯାଇଥିବା ଜଣାପଡ଼ିଛି। ସେହିପରି ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ସୋମବାରଠାରୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ମନ୍ତ୍ରଣାଳୟଗୁଡ଼ିକରେ ୨ୟ, ୩ୟ ଓ ୪ର୍ଥ ଶ୍ରେଣୀ କର୍ମଚାରୀମାନେ ପାଳି କରି କାର୍ଯ୍ୟ କରିବେ।
ଲକ୍‌ଡାଉନ ଯୋଗୁ କୃଷକ ଓ ଅତ୍ୟାବଶ୍ୟକ ସାମଗ୍ରୀ ଉତ୍ପଦାନକାରୀ ଗୁରୁତର ପ୍ରଭାବିତ ହୋଇଛନ୍ତି। ସରକାର ଏ ଦିଗରେ କେତେକ କଟକଣା କୋହଳ କରିଥିଲେ ମଧ୍ୟ ତାହା ସେମାନଙ୍କୁ ଆଶ୍ୱସ୍ତ କରିନାହିଁ। ଫଳରେ ଯୋଗାଣ ଶୃଙ୍ଖଳ ବ୍ୟାହତ ହୋଇଛି। ତେଣୁ ଏସବୁ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ଓ କଟକଣାକୁ କୋହଳ କରିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ଅନୁମତି ଦେବ। ବୃହତ୍‌ ଶିଳ୍ପଗୁଡିକ ପାଇଁ ସରକାର ସେଗୁଡ଼ିକର ଅଂଶୀଦାରମାନଙ୍କ ସହ ଆଲୋଚନା କରିବାକୁ ସ୍ଥିର କରିଛନ୍ତି। ଲକ୍‌ଡାଉନ ଯୋଗୁ ଶିଳ୍ପଗୁଡ଼ିକ ସଙ୍କଟରେ ପଡ଼ିଛନ୍ତି। ସେଗୁଡ଼ିକୁ ଏହି ସଙ୍କଟରୁ କିଭଳି ମୁକୁଳାଇହେବ ସେନେଇ ସରକାର ଚିନ୍ତା କରୁଛନ୍ତି। ଶିଳ୍ପସଂସ୍ଥାଗୁଡିକ ପାଇଁ କଟକଣା କୋହଳ ହେଲେ ଶ୍ରମିକ ଓ କର୍ମଚାରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri