ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳିଦେଇଥିବା ବେଳେ ଲୋକମାନଙ୍କୁ ଧମକ ଦେଇଥିଲେ। ଉକ୍ତ ଘଟଣା ପରେ ଅଞ୍ଚଳର ଲୋକେ ଭୟଭୀତ ହୋଇପଡିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଯନ୍ତାପାଇଠାରୁ ଯୋଡ଼ାଆମ୍ବ ପର୍ଯ୍ୟନ୍ତ ପ୍ରାୟ ୨୦ କିଲୋମିଟର ପୋଲିସ ଛାଉଣୀ କରାଯାଇଛି। ହଜାରରୁ ଊର୍ଦ୍ଧ୍ୱ ଯବାନ ଏହି ଅପରେଶନରେ ସାମିଲ ହୋଇଛନ୍ତି। ୪ଟି ଗାଁ ଯୋଡ଼ାଆମ୍ବ, ସିନ୍ଧିଗୁଡ଼ା, ଯନ୍ତରାଇ ଓ ତିକରଗୁଡ଼ାର ଲୋକେ ଏକତ୍ରିତ ହୋଇ ରହିଛନ୍ତି । ଗୋଟିଏ ଜାଗାରେ ରୋଷେଇ କରି ଖାଇବା ସହ ସେଠାରେ ହିଁ ଶୋଉଛନ୍ତି। ଉକ୍ତ ଗ୍ରାମବାସୀ ମାଓବାଦୀଙ୍କ ବିରୋଧରେ ଲଢ଼ିବେ ଓ ବିକାଶରେ ସହଯୋଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ମାଲକାନଗିରି ଏସ୍‌ପି ଓ ଜିଲାପାଳ ହାନ୍ତାଳଗୁଡ଼ା ବିଏସ୍‌ଏଫ୍‌ କ୍ୟାମ୍ପରେ ପହଞ୍ଚି ଘରପୋଡ଼ିରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବା ସହ ଗ୍ରାମବାସୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri