ସ୍ବାମୀ ଓମ୍‌ ଜୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ

କୋଣାର୍କ,୧୨।୧୦(ଡି.ଏନ୍‌.ଏ.): ଗ୍ଲୋବାଲ ଓ ଭାରତ ହିନ୍ଦୁ ମହାସଭାର ଅଧ୍ୟକ୍ଷ ସ୍ବାମୀ ଓମ୍‌ ଜୀ ଶୁକ୍ରବାର ବିଶ୍ୱ ପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର। ତାଙ୍କ ଯୋଗୁ ସଂସାରରେ ଜୀବ ଓ ଗ୍ରହ ନକ୍ଷତ୍ର ତିଷ୍ଠି ରହି ନିଜ କାର୍ଯ୍ୟ ସମ୍ପାଦାନ କରିପାରନ୍ତି। କିନ୍ତୁ ଏହି ମନ୍ଦିରରେ ସୂର୍ଯ୍ୟଙ୍କ ପ୍ରତିମା ଥିଲେ ମଧ୍ୟ ତାହାକୁ ଲୁକ୍କାୟତ ରଖାଯାଇ ହିନ୍ଦୁ ଧର୍ମ ସହ ସମସ୍ତ ଦେବତା କୂଳକୁ ଅପମାନ କରାଯାଉଛି। ଏ ନେଇ ସୂର୍ଯ୍ୟଙ୍କୁ ପୂଜାବିଧିର ସମସ୍ତ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଅନ୍ୟପକ୍ଷେ ସରକାର ଯଦି ଏଥିରେ ବିଳମ୍ବ କରନ୍ତି, ତେବେ ବିକଳ୍ପ ଏକ ସୂର୍ଯ୍ୟ ମନ୍ଦିର କରି ସେଠାରେ ପୂଜାର୍ଚ୍ଚନା କରାଯିବ ବୋଲି ସେ କହିଛନ୍ତି। ସ୍ବାମୀଜୀଙ୍କ ସହ ଦାରା ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ ମୁକେଶ ଜୈନ, ବାବା ସୀତାରାମ, ବାବା ଯଦୁମଣି ସ୍ବାମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri