ସ୍ବାମୀ ମାଡ଼ରେ ସ୍ତ୍ରୀଙ୍କ ହାତଗୋଡ଼ ଭାଙ୍ଗିବା ଘଟଣା: ନ୍ୟାୟ ପାଇଁ ରାସ୍ତାରେ ଶୋଇ ମହିଳାଙ୍କ ଧାରଣା

ଜଗନ୍ନାଥପ୍ରସାଦ,୨୧ା୧୨(ଡି.ଏନ.ଏ.) -ଜଗନ୍ନାଥପ୍ରସାଦ ଥାନା ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୨ ଗୋଡ଼, ବାମ ହାତ ଭାଙ୍ଗି ଯାଇଥିବା ଜଣେ ମହିଳା ୬ ବର୍ଷର ପୁଅକୁ ଧରି ରାସ୍ତା ଉପରେ ଶୋଇ ନ୍ୟାୟ ମାଗୁଥିଲେ। ତାଙ୍କର ଏପରି ଦଶା କରିଥିବା ସ୍ବାମୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରୁଥିଲେ। ଫଳରେ ୨ରୁ ୩ ଘଣ୍ଟା ରାଜପଥ ସମ୍ପୂର୍ଣ ବନ୍ଦ ରହିଥିଲା। ପ୍ରଶାସନ ପହଞ୍ଚତ୍ ବୁଝାଶୁଝା କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ।
ପରିବାର ଲୋକଙ୍କଠାରୁ ମିଳିଥିବା ସୂଚନା ପ୍ରକାରେ, କରସିଂ ଗ୍ରାମର ଚୈତନ୍ୟ ପ୍ରସାଦ ସାହିର ପଦ୍ମ ସାହୁ (ବିବାହିତ)ଙ୍କ ଘରକୁ ପଞ୍ଚୁଭୂତି ଗ୍ରାମର ତୋଫାନ ନାୟକଙ୍କ ଝିଅ ହୀରା ୭ବର୍ଷ ତଳେ କାମ କରିବାକୁ ଯାଇଥିଲେ। ପରେ ପଦ୍ମ ତାଙ୍କୁ ବିବାହ କରି ଅନ୍ୟତ୍ର ନେଇ ରଖିଥିଲେ। ସେମାନଙ୍କ ଏକ ୬ବର୍ଷର ପୁତ୍ର ସନ୍ତାନ ଅଛି। ବିଭିନ୍ନ ସମୟରେ ସେ ହୀରାଙ୍କୁ ମାର୍‌ପିଟ୍‌ କରୁଥିଲେ। ଏପରିକି ମାସେ ତଳେ ମାରି ଗୋଡହାତ ଭାଙ୍ଗି ଦେଇଥିବାବେଳେ ଚିକିତ୍ସା ମଧ୍ୟ କରିଥିଲେ। ପୁଣି ଗତ ରବିବାର ଅରବିନ୍ଦ ନଗରରେ ଏକ ଭଡାଘରେ ରଖି ମାଡ ମାରି ଗୋଡହାତ ଭାଙ୍ଗି ଦେଇଥିଲେ। ସାହି ଲୋକଙ୍କ ଠାରୁ ଖବର ପାଇ ବୁଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପୂର୍ବରୁ ପଦ୍ମ ଖସି ପଳାଇଥିଲେ। ଏ ନେଇ ହୀରାଙ୍କ ବାପା ତୋଫାନ ନାଇକଙ୍କ ଅଭିଯୋଗ ପ୍ରକାରେ ନଂ.୨୯୮/୧୯ ରେ ବୁଗୁଡା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ନ୍ୟାୟ ପାଇଁ ରାସ୍ତାକୁ ଆସିଥିବା ହୀରା କହିଛନ୍ତି। ବର୍ତ୍ତମାନ ହୀରାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରଶାସନ ପକ୍ଷରୁ ଏସ୍‌ଆଇ ଅମ୍ବିକା ବେଣିଆ, ତହସିଲଦାର ବାସୁଦେବ ପାଣ୍ଡେ, ଏଟିଓ ବାରିଆଲ ମୁର୍ମୁ ପ୍ରମୁଖ ମହିଳାଙ୍କୁ
ବୁଝାଶୁଝା ସହ ଚିକିତ୍ସା ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କୌଳିକ ବୃତ୍ତିରୁ ମୁହଁ ଫେରେଇଲେଣି ବାଉଁଶ କାରିଗର: ପହଞ୍ଚୁନି ସରକାରୀ ପ୍ରୋତ୍ସାହନ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ):ଅତ୍ୟାଧୁନିକ ଯୁଗ ତଥା ଆଜିର ବିଜ୍ଞାନ ଯୁଗରେ ହାତ ତିଆରି ଜିନିଷ ଅଲୋଡ଼ା ହୋଇ ପଡୁଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର ଏବଂ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri