ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଆରୋହୀ ଜରପଡା ଥାନା ତୁବେ ଗ୍ରାମର ଜିତୁ ସାହୁ(୩୦)ଙ୍କ ମୃତ୍ୟୁ ଘଟିଥିବାବେଳେ ବାଇକ ପଛରେ ବସିଥିବା ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସ୍ଥାନୀୟବାସୀ ତାଙ୍କୁ ଉଦ୍ଧାର କରି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ପୋଲିସ କହିଛି, ଏକ ଟାଟା ମ୍ୟାଜିକ(ନଂ.ଓଆର୯କେ ୫୦୦୯)ଅନୁଗୋଳରୁ ଜରପଡ଼ା ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକ ନଂ.(ଓଡି ୧୯ ଜେ୩୪୧୦)ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ ଆରୋହୀ ଜିତୁ ସାହୁ(୩୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଖବରପାଇ ଜରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବାସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି। ଟାଟା ମ୍ୟାଜିକ ଗାଡି ଚାଳକ ଫେରାର ଥିବା ଜଣାପଡିଛି। ଏନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଏଏସଆଇ ଶ୍ରୀପତି ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri