Posted inଖେଳ

ସ୍ବାମୀ-ସ୍ତ୍ରୀଙ୍କ ଜଲଓ୍ବା:ସ୍ବାମୀ ଦ୍ୱିତୀୟ ବଲରେ ନେଲେ ଉଇକେଟ, ସେପଟେ ସ୍ତ୍ରୀ ୫୩ଟି ବଲରୁ କଲେ ୧୦୬ ରନ୍‌

ସିଡନୀ,୩।୧୧:ଅଷ୍ଟ୍ରେଲିଆ ପେସ୍‌ ବୋଲର୍‌ ମିଚେଲ୍‌ ଷ୍ଟାର୍କ ଏବଂ ତାଙ୍କ ସ୍ତ୍ରୀ ଏଲିସା ହିଲି ମ୍ୟାଚ୍‌ ବିଜେତା ଭାବେ ଜଣାଶୁଣା। ଉଭୟ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ଥାନ୍ତି। ରବିବାର ଏମିତି ଏକ ମ୍ୟାଚ୍‌ ଦେଖିବାକୁ ମିଳିଥିଲା, ଯେଉଁ ମ୍ୟାଚ୍‌ରେ ଉଭୟ ନିଜ ଦଳ ପାଇଁ ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଥିଲେ। ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ବିଗ୍‌ବାସ୍‌ ଲିଗ୍‌ରେ ଏଲିସା ଶତକ ଅର୍ଜନ କରିଥିବାବେଳେ ଅନ୍ୟ ଏକ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷ ଟି-୨୦ ମ୍ୟାଚରେ ଦ୍ୱିତୀୟ ବଲରେ ଉଇକେଟ୍‌ ନେଇଛନ୍ତି। ସିଡନୀ ସିକ୍ସର୍ସ ଉଭକେଟକିପର ତଥ ଓପନର ଥିବା ଏଲିସା ମେଲବର୍ଣ୍ଣ ଷ୍ଟାର୍ସ ବିପକ୍ଷରେ ୫୩ଟି ବଲରୁ ୧୦୬ ମାରିଥିଲେ। ଅପରପକ୍ଷରେ ସିଡନୀରେ ପାକିସ୍ତାନ ବିପକ୍ଷରେ ଖେଳାଯାଉଥିବା ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦ୍ୱିତୀୟ ବଲରେ ଉଇକେଟ ନେଇଥିଲେ ଷ୍ଟାର୍କ। ଏହି ମ୍ୟାଚରେ ଷ୍ଟାର୍କ ଦୁଇଟି ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri