ସ୍ବାମୀଙ୍କ ଅସୁସ୍ଥତା ଦର୍ଶାଇ ମହିଳା ଠକିନେଲେ ୫୦ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ ହେଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା

ଭବାନୀପାଟଣା,୫।୬(ଡି.ଏନ୍‌.ଏ.) : ସ୍ବାମୀଙ୍କ ଅସୁସ୍ଥତା କାରଣ ଦର୍ଶାଇ ଜଣେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଠାରୁ ଲକ୍ଷାଧିକ ଟଙ୍କା ଠକେଇ କରି ଫେରାର ହୋଇଯାଇଥିଲେ। ଠକେଇ ଶିକାର ମହିଳାମାନେ ଏହାର ତଦନ୍ତ କରି ନ୍ୟାୟ ପ୍ରଦାନ ଦାବିରେ ବୁଧବାର ଜିଲା ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ା
ସୂଚନାଯୋଗ୍ୟ, ସ୍ଥାନୀୟ ବାହାଦୁର ବଗିଚାପଡ଼ା ନିବାସୀ ରଣଜିତ୍‌ କୌରଙ୍କ ସ୍ବାମୀ ଯୋଗା ସିଂ ଦୁର୍ଘଟଣାରେ ଆହତ ହୋଇଥିଲେ। ରଣଜିତ ସ୍ବାମୀଙ୍କ ଚିକିସତ୍ା ନିମନ୍ତେ ମହିଳାମାନଙ୍କୁ ସାହାଯ୍ୟ ପାଇଁ ଅନୁରୋଧ କରିଥିଲେ ା ସେ ତାଙ୍କର ଟ୍ରକ ଏବଂ ପଞ୍ଜାବର ଜାଗା ବିକି ସମସ୍ତ ଅର୍ଥ ପରିଶୋଧ କରିବେ ବୋଲି କହିଥିଲେ। ତାଙ୍କର ଚିକିସତ୍ା ନିମନ୍ତେ ସ୍ଥାନୀୟ ମହିଳାମାନେ ଲକ୍ଷାଧିକ ଟଙ୍କା ସାହାଯ୍ୟ କରିଥିଲେ। ମାତ୍ର ସ୍ବାମୀଙ୍କ ମୃତ୍ୟୁର ଦେଢ଼ବର୍ଷ ପରେ ମଧ୍ୟ ସେ ଧାର ଟଙ୍କା ପରିଶୋଧ କରି ନାହାନ୍ତି ା ମେ ୨୯ ତାରିଖରେ ରଣଜିତ ଭବାନୀପାଟଣାରେ ଥିବା ତାଙ୍କର ସମ୍ପତ୍ତି ବିକ୍ରିକରି ଫେରାର ହୋଇଯାଇଛନ୍ତି ା ସହରର ବିଭିନ୍ନ ପଡ଼ାର ମହିଳାମାନଙ୍କଠାରୁ ରଣଜିତ ପ୍ରାୟ ୫୦ ଲକ୍ଷ ଟଙ୍କା ଠକେଇ କରି ଚାଲିଯାଇଥିବା ବୁଧବାର ପ୍ରାୟ ୨୦ ଜଣ ମହିଳା ଏସ୍‌ପି ବାତୁଲା ଗଙ୍ଗାଧରଙ୍କୁ ସାକ୍ଷାତ୍‌କରି ଏହି ମାମଲାର ତଦନ୍ତ କରି ନ୍ୟାୟପ୍ରଦାନ ନିମନ୍ତେ ଦାବି କରିଛନ୍ତି ା ଅମରଜିତ୍‌ କୌର, ତଲଜିନ୍ଦର କୌର, ସଂଯୁକ୍ତା ତ୍ରିପାଠୀ ପ୍ରମୁଖ ଏସ୍‌ପିଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri