ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ

ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ ବେହେରା (୫୦)।
ଉକ୍ତ ଗ୍ରାମରେ ସେରନ୍ତୀ ତାଙ୍କ ୪ ପୁଅ, ଦୁଇ ଝିଅଙ୍କ ସହ ରହୁଥିଲେ। ସେରନ୍ତୀଙ୍କ ଜଣେ ୨୨ ବର୍ଷର ଦିବ୍ୟାଙ୍ଗ ପୁତ୍ର ଶଯ୍ୟାଶାୟୀ। ତାଙ୍କ ସ୍ବାମୀ ଭିକାରି ବେହେରା ବହୁ ସମୟରେ ଘରେ ରୁହନ୍ତି ନାହିଁ। ବେଳେ ବେଳେ ଘରକୁ ଆସିଲେ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ଗତ ୧୫ ତାରିଖରେ ଭିକାରି ମାସିକ ବାର୍ଦ୍ଧକ୍ୟ ଭତ୍ତା ପାଇବା ପାଇଁ ଗାଁକୁ ଆସିଥିଲେ। ରବିବାର ମଧ୍ୟାହ୍ନରେ ପୁଣି ଘରେ ସେରନ୍ତୀ ଓ ଭିକାରିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଭିକାରି ରାଗି ଯାଇ ଦିବ୍ୟାଙ୍ଗ ପୁଅ ଆଗରେ ଛୁରି ନେଇ ସେରନ୍ତୀଙ୍କୁ ଭୁସି ଦେଇଥିଲେ। ପାଟି ଶୁଣି ପଡ଼ୋଶୀ ପହଞ୍ଚତ୍ ସେରନ୍ତୀଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଭେଜିପୁଟ ଫାଣ୍ଡି ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ, ଏସ୍‌ଆଇ ଟୁନା ପିଡ଼ିକା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ହତ୍ୟାକାଣ୍ଡ ଘଟାଇ ଭିକାରି ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri