Posted inଜାତୀୟ

ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଲେ ସ୍ତ୍ରୀ

ଚେନ୍ନାଇ,୧୪।୧୧: ତାମିଲନାଡୁର ପୁଦୁକୋଟ୍ଟଇ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସ୍ବାମୀଙ୍କ ମୃତ୍ୟୁର ଏକ ଘଣ୍ଟା ପରେ ଆଖିବୁଜିଛନ୍ତି ସ୍ତ୍ରୀ। କୃପାକୁଡିର ଦ୍ରାବିଡ କଲୋନୀରେ ରହୁଥିବା ଓ୍ବେତ୍ରଓ୍ବେଲ ୧୦୪ ବର୍ଷ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ପିଚାଇଙ୍କୁ ୭୫ ବର୍ଷ ହୋଇଥିଲା। ସୋମବାର ବିଳମ୍ବିତ ରାତିରେ ଅଚାନକ ଓ୍ବେତ୍ରଓ୍ବେଲଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାମୀଙ୍କ ମୃତଦେହ ଘରକୁ ଆସିବା ପରେ ତାଙ୍କୁ ଦେଖି କାନ୍ଦିବାକୁ ଲାଗିଥିଲେ ପିଚାଇ। ତାପରେ ସେ ବେହୋଶ ହୋଇଯାଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଓ୍ବେତ୍ରଓ୍ବେଲ ଏବଂ ପିଚାଇଙ୍କ ୫ଟି ସନ୍ତାନ ଏବଂ ୨୩ଜଣ ନାତୀନାତୁଣୀ ଅଛନ୍ତି। ବିବାହର ୭୫ ବର୍ଷ ଏକାଠି ରହିବା ପରେ ଏକାସାଙ୍ଗେ ଶ୍ମଶାନଘାଟକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri