Posted inଖେଳ

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପ୍ରସଙ୍ଗ: ଏଥିକ୍ସ ଅଫିସରଙ୍କ ନିକଟରେ ହାଜର ହେବେ ଡ୍ରାଭିଡ

ନୂଆଦିଲ୍ଲୀ,୨୭ା୮(ପି.ଟି.)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗରେ ଭାରତର ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ସେପ୍ଟେମ୍ବର ୨୬ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନଙ୍କ ନିକଟରେ ହାଜର ହେବାକୁ ପଡ଼ିବ। ଡ୍ରାଭିଡ ବର୍ତ୍ତମାନ ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ର ନିର୍ଦ୍ଦେଶକ ଅଛନ୍ତି। ଏହାଛଡ଼ା ସେ ଆଇପିଏଲ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସ ମାଲିକ ଇଣ୍ଡିଆନ ସିମେଣ୍ଟ୍ସର ଭାଇସ୍‌ ପ୍ରେସିଡେଣ୍ଟ ରହିଛନ୍ତି। ୪୬ବର୍ଷୀୟ ପୂର୍ବତନ ମହାନ ବ୍ୟାଟ୍ସମ୍ୟାନ ଏନ୍‌ସିଏର ମୁଖ୍ୟ ହେବା ପୂର୍ବରୁ ଭାରତ ଏ’ ଏବଂ ୧୯ବର୍ଷରୁ କମ୍‌ ଟିମ୍‌ର ମୁଖ୍ୟ କୋଚ୍‌ ଥିଲେ। ଏନସିଏ ଦାୟିତ୍ୱ ବ୍ୟତୀତ ଉପରୋକ୍ତ ଦୁଇ ଦଳ ଉପରେ ତାଙ୍କର ନଜର ରହିବ। ଡ୍ରାଭିଡଙ୍କ ବିରୋଧରେ ମଧ୍ୟ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ)ର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା ଅଭିଯୋଗ ଆଣିଛନ୍ତି। ଇଣ୍ଡିଆ ସିମେଣ୍ଟ୍ସର କର୍ମଚାରୀ ଏବଂ ଏନସିଏର ମୁଖ୍ୟ ମୁଖ୍ୟ ଭାବେ ଦୈତ ଭୂମିକା ପାଇଁ ଡ୍ରାଭିଡ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପରିସରକୁ ଆସୁଥିବା ସେ କହିଛନ୍ତି। ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜୈନଙ୍କ ନିର୍ଦ୍ଦେଶ ଅନୁସାରେ ଡ୍ରାଭିଡ ପୂର୍ବରୁ ଲିଖିତ ଭାବେ ତାଙ୍କ ଜବାବ ଉପସ୍ଥାପନ କରିସାରିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସମ୍ବିଧାନ ଅନୁସାରେ ଜଣେ ବ୍ୟକ୍ତି ଏକକାଳୀନ ଦୁଇଟି ପଦବୀରେ ରହିପାରିବ ନାହିଁ। ବିସିସିଆଇ କର୍ମଚାରୀ ମୟଙ୍କ ପାରିଖଙ୍କ ବିରୋଧରେ ମଧ୍ୟ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆସିଛି। ତାଙ୍କୁ ମଧ୍ୟ ସମାନ ଦିବସରେ ବ୍ୟକ୍ତିଗତ ହାଜର ହେବାକୁ କୁହାଯାଇଛି। ପାରିଖ ବିସିସିଆଇ କ୍ରିକେଟ ଅପରେଶନ ଟିମ୍‌ର ଜଣେ ସଦସ୍ୟ ରହିଛନ୍ତି। ସେ ଆହୁରି ମଧ୍ୟ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମସିଏ)ରେ ଭୋଟିଂ ଅଧିକାର ପାଇଥିବା ଏକାଧିକ କ୍ଲବ ସହିତ ସଂଶ୍ଳିଷ୍ଟ। ଖବର ଅନୁସାରେ ଡ୍ରାଭିଡ ତାଙ୍କ ଲିଖିତ ଜବାବରେ ଇଣ୍ଡିଆ ସିମେଣ୍ଟ୍ସ୍ସରୁ ସେ ଛୁଟି ନେଇଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ତାଙ୍କର କିଛି କହିବାର ନାହିଁ ବୋଲି କହିଛନ୍ତି। ଡ୍ରାଭିଡଙ୍କ ଭଳି ବ୍ୟକ୍ତିଙ୍କୁ ନୋଟିସ ଜାରି କରାଯାଇଥିବାରୁ ସୌରଭ ଗାଙ୍ଗୁଲି ଭଳି ମହାନ କ୍ରିକେଟର ଏବଂ ଭେଟେରାନ ସ୍ପିନର ହରଭଜନ ସିଂ ଏହାକୁ ନାପସନ୍ଦ କରିଛନ୍ତି। ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ଭାରତୀୟ କ୍ରିକେଟ ପାଇଁ ଏକ ନୂଆ ଫ୍ୟାଶନ; ଭାରତୀୟ କ୍ରିକେଟକୁ ଭଗବାନ ସହାୟ ହୁଅନ୍ତୁ ବୋଲି ଗାଙ୍ଗୁଲି ଟୁଇଟ୍‌ କରିଛନ୍ତି। ଡ୍ରାଭିଡଙ୍କୁ ନୋଟିସ ପଠାଯିବାର ଫଳସ୍ବରୂପ ବର୍ତ୍ତମାନ ଭାରତୀୟ କ୍ରିକେଟର ପରିଚାଳନା ଦାୟିତ୍ୱରେ ଥିବା ପ୍ରଶାସକ କମିଟି(ସିଓଏ) ଏବଂ ପୂର୍ବତନ ଖେଳାଳିମାନଙ୍କ ମଧ୍ୟରେ ଏକ ବୈଠକ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିଲୀପ ଭେଙ୍ଗସରକାର, ସଞ୍ଜୟ ମଞ୍ଜ୍ରେକର, ଅଜିତ ଅଗରକର, ଇର୍ଫାନ ପଠାନ, ପାର୍ଥିବ ପଟେଲ ଏବଂ ରୋହନ ଗାଭାସ୍କର ପ୍ରମୁଖ ଯୋଗ ଦେଇଥିଲେ। ଗାଙ୍ଗୁଲି ସ୍କାଇପ୍‌ ଜରିଆରେ ଏଥିରେ ଅଂଶଗ୍ରହଣ କରିଥିଲେ। ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଉପରେ ଏକ ଶ୍ୱେତପତ୍ର ପ୍ରସ୍ତୁତ କରି ସୁପ୍ରିମ କୋର୍ଟରେ ଉପସ୍ଥାପନ କରିବା ଲାଗ ଏଥିରେ ସ୍ଥିର କରାଯାଇଛି। ପ୍ରଶାସକ କମିଟି ଇତିମଧ୍ୟରେ କହିସାରିଛି ଯେ, ଲୋଧା କମିଟି ସଂସ୍କାରରେ ସ୍ଥାନ ପାଇଥିବା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନିୟମକୁ କାର୍ଯ୍ୟକାରୀ କରିବା ବେଳେ ବିଭିନ୍ନ ସମସ୍ୟା ଉପୁଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ…

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା…

୪୪,୨୦୦ କୋଟିର ୧୦ ପ୍ରକଳ୍ପକୁ ଏଚ୍‌ଏଲ୍‌ସିଏରେ ମଞ୍ଜୁରୀ, ସୃଷ୍ଟିହେବ ୯ ହଜାର ନିଯୁକ୍ତି

ଭୁବନେଶ୍ୱର,୨୨।୨ (ଅନୁରାଧା ମହାରାଣା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନଠାରେ ୪୪ତମ ହାଇ ଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ୪୪,୨୦୦ କୋଟି ଟଙ୍କାର…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri