ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ବୈଠକରେ ଭାଗ ନେବା ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ବିପର୍ଯ୍ୟ ପ୍ରଶମନ ତାଲିମ କେନ୍ଦ୍ର, ଏହା ସହିତ ସମସ୍ତ ପ୍ରମୁଖ ରୋଗର ନିବାରଣ, ଉତ୍କର୍ଷ ପ୍ରଶିକ୍ଷଣ କେନ୍ଦ୍ର ଏବଂ ବିଭିନ୍ନ ଚିକିତ୍ସା ପଦ୍ଧତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯିବା ନେଇ ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ। ଏହା ଦ୍ୱାରା ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ଏବଂ ଫାମାସିଷ୍ଟମାନେ ଜରୁରୀକାଳୀନ ପରିସ୍ଥିତିରେ କିଭଳି ଚିକିତ୍ସା କରାଯାଇ ପାରିବ ସେ ସମ୍ପର୍କରେ ଅବଗତ ହୋଇପାରିବେ ବୋଲି ସେ ଦର୍ଶାଇଥିଲେ। ସେହିପରି ଔଷଧ କମ୍ପାନୀ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସେବାରେ ବ୍ୟବହୃତ ହେଉଥିବା ସମସ୍ତ ଉପକରଣ ଶିଳ୍ପ ପ୍ରତିଷ୍ଠା କରାଯିବା ଦିଗରେ ମଧ୍ୟ ମନ୍ତ୍ରୀ ଦାସ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ରାଜ୍ୟରେ ଅଧିକ ସଂଖ୍ୟକ କୋଭିଡ-୧୯ ପରୀକ୍ଷା କେନ୍ଦ୍ର ବୃଦ୍ଧି କରାଯିବା ନେଇ ଆଲୋଚନା ହୋଇଥିଲା। ଏଥିପାଇଁ ବିପୁଳ ସଂଖ୍ୟକ ପରୀକ୍ଷଣ ସରଞ୍ଜାମ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିବା ଏବଂ ଓଡିଶା ରାଜ୍ୟ ଔଷଧ ନିଗମ ଜରିଆରେ ମଧ୍ୟ ଏହାର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଦାସ ଆଲୋଚନା କରିଥିଲେ। ସେହିଭଳି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମାର୍ଗ ଦର୍ଶନ ଓ ଅନ୍ୟ ରାଜ୍ୟ ଦ୍ୱାରା ପାଳନ କରାଯାଉଥିବା କାର୍ଯ୍ୟ ଶୈଳୀକୁ ଅନୁଧ୍ୟାନ କରି ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri