ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ବୈଠକରେ ଭାଗ ନେବା ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ବିପର୍ଯ୍ୟ ପ୍ରଶମନ ତାଲିମ କେନ୍ଦ୍ର, ଏହା ସହିତ ସମସ୍ତ ପ୍ରମୁଖ ରୋଗର ନିବାରଣ, ଉତ୍କର୍ଷ ପ୍ରଶିକ୍ଷଣ କେନ୍ଦ୍ର ଏବଂ ବିଭିନ୍ନ ଚିକିତ୍ସା ପଦ୍ଧତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯିବା ନେଇ ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ। ଏହା ଦ୍ୱାରା ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ଏବଂ ଫାମାସିଷ୍ଟମାନେ ଜରୁରୀକାଳୀନ ପରିସ୍ଥିତିରେ କିଭଳି ଚିକିତ୍ସା କରାଯାଇ ପାରିବ ସେ ସମ୍ପର୍କରେ ଅବଗତ ହୋଇପାରିବେ ବୋଲି ସେ ଦର୍ଶାଇଥିଲେ। ସେହିପରି ଔଷଧ କମ୍ପାନୀ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସେବାରେ ବ୍ୟବହୃତ ହେଉଥିବା ସମସ୍ତ ଉପକରଣ ଶିଳ୍ପ ପ୍ରତିଷ୍ଠା କରାଯିବା ଦିଗରେ ମଧ୍ୟ ମନ୍ତ୍ରୀ ଦାସ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ରାଜ୍ୟରେ ଅଧିକ ସଂଖ୍ୟକ କୋଭିଡ-୧୯ ପରୀକ୍ଷା କେନ୍ଦ୍ର ବୃଦ୍ଧି କରାଯିବା ନେଇ ଆଲୋଚନା ହୋଇଥିଲା। ଏଥିପାଇଁ ବିପୁଳ ସଂଖ୍ୟକ ପରୀକ୍ଷଣ ସରଞ୍ଜାମ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିବା ଏବଂ ଓଡିଶା ରାଜ୍ୟ ଔଷଧ ନିଗମ ଜରିଆରେ ମଧ୍ୟ ଏହାର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଦାସ ଆଲୋଚନା କରିଥିଲେ। ସେହିଭଳି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମାର୍ଗ ଦର୍ଶନ ଓ ଅନ୍ୟ ରାଜ୍ୟ ଦ୍ୱାରା ପାଳନ କରାଯାଉଥିବା କାର୍ଯ୍ୟ ଶୈଳୀକୁ ଅନୁଧ୍ୟାନ କରି ଏକ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri