ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍‌ ଆୱାର୍ଡ

ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍‌ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍‌ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍‌, ଗୋଲ୍ଡ ଓ ସିଲ୍‌ଭର ବିଭାଗରେ ପୁରସ୍କାର ପାଇଁ ସ୍କଚ୍‌ ଅନ୍‌ଲାଇନରେ ଭୋଟିଂ ହୋଇଥିଲା। ଆୟୋଜକ ସଂସ୍ଥା ଭୋଟିଂକୁ ବିଚାରକୁ ନେଇ ପ୍ରତ୍ୟେକ ବିଭାଗରେ ଦୁଇଟି ଲେଖାଏଁ ପ୍ରକଳ୍ପକୁ ଆୱାର୍ଡ ପାଇଁ ମନୋନୀତ କରିଛିି। ନବରଙ୍ଗପୁର ଜିଲାର ପ୍ରକଳ୍ପ ପ୍ଲାଟିନମ୍‌ ବିଭାଗରେ ଓ କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ସିଲ୍‌ଭର ବିଭାଗରେ ଆୱାର୍ଡ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ସଂସ୍ଥା ପକ୍ଷରୁ ଜିଲା ପ୍ରଶାସନକୁ ସୂଚନା ଦିଆଯାଇଛି। କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ହସ୍ପିଟାଲରେ ପ୍ରସବ ପାଇଁ ବାଇକ୍‌ ଆମ୍ବୁଲାନ୍ସ, ପ୍ରସବ ଯାନ ଓ ଜନନୀ ଅଟୋ ପ୍ରଚଳନ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏହା ଦ୍ୱାରା ହସ୍ପିଟାଲରେ ପ୍ରସବ ସଂଖ୍ୟା ବୃଦ୍ଧି ପାଇବା ସହ ଶିଶୁ ଓ ମାତୃ ମୃତ୍ୟୁହାର ଯଥେଷ୍ଟ ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri