ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସେବା ବିଷୟରେ ଆଲୋଚନା ହୋଇଥିଲା। ରାଜ୍ୟରେ କର୍କଟ ରୋଗ କାର୍ଯ୍ୟକ୍ରମ ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ଓଡ଼ିଶା କ୍ୟାନସର କେୟାର ଫାଉଣ୍ଡେଶନ ଗଠନ ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ଫାଉଣ୍ଡେଶନର ପ୍ରଥମ ବୈଠକ ଆସନ୍ତା ଜୁଲାଇ ୧୫ରେ ଅନୁଷ୍ଠିତ ହେବ। ବାରଙ୍ଗଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା ଆପେକ୍ସ କର୍କଟ କେନ୍ଦ୍ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏତଦ୍ବ୍ୟତୀତ ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନରେ ରୋଗୀଙ୍କ ଭାର ହ୍ରାସ କରିବା ନିମନ୍ତେ ଏହାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ କରାଯିବାକୁ ଆଲୋଚନା ହୋଇଛି। ରାଜ୍ୟର ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ଆରମ୍ଭ ହୋଇଥିବା କୋମୋଥେରାପି କାର୍ଯ୍ୟକ୍ରମ ଉପରେ ଆଲୋଚନା କରି ଏହାକୁ ଅଧିକ ଲୋକାଭିମୁଖୀ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଭବାନୀପାଟଣାରେ ବେଦାନ୍ତ ତରଫରୁ ପିପିପି ମୋଡରେ ପ୍ରତିଷ୍ଠା ହେବାକୁ ଥିବା ଡାକ୍ତରଖାନା ନିର୍ମାଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବେଦାନ୍ତ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭାଗ କମିଶନର ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟ ଔଷଧ ନିଗମ ଏମ୍.ଡି. ଅର୍ଚ୍ଚନା ପଟ୍ଟନାୟକ, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଡା. ବି.କେ. ବ୍ରହ୍ମା, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ହରପ୍ରସାଦ ପଟ୍ଟନାୟକ, ଯୁଗ୍ମ ସଚିବ ଯାମିନୀ ଷଡ଼ଙ୍ଗୀ, ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ ଓ ଡା. ଦିନେଶ ପେଣ୍ଡାରକରଙ୍କ ସମେତ ଘରୋଇ ଡାକ୍ତରଖାନାଗୁଡ଼ିକର କର୍ମକର୍ତ୍ତା ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

