ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା : ଗଠନ ହେବ ଓଡ଼ିଶା କ୍ୟାନ୍‌ସର କେୟାର ଫାଉଣ୍ଡେଶନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସେବା ବିଷୟରେ ଆଲୋଚନା ହୋଇଥିଲା। ରାଜ୍ୟରେ କର୍କଟ ରୋଗ କାର୍ଯ୍ୟକ୍ରମ ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ଓଡ଼ିଶା କ୍ୟାନସର କେୟାର ଫାଉଣ୍ଡେଶନ ଗଠନ ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ଫାଉଣ୍ଡେଶନର ପ୍ରଥମ ବୈଠକ ଆସନ୍ତା ଜୁଲାଇ ୧୫ରେ ଅନୁଷ୍ଠିତ ହେବ। ବାରଙ୍ଗଠାରେ ପ୍ରତିଷ୍ଠା ହେବାକୁ ଯାଉଥିବା ଆପେକ୍ସ କର୍କଟ କେନ୍ଦ୍ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନରେ ରୋଗୀଙ୍କ ଭାର ହ୍ରାସ କରିବା ନିମନ୍ତେ ଏହାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ କରାଯିବାକୁ ଆଲୋଚନା ହୋଇଛି। ରାଜ୍ୟର ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ଆରମ୍ଭ ହୋଇଥିବା କୋମୋଥେରାପି କାର୍ଯ୍ୟକ୍ରମ ଉପରେ ଆଲୋଚନା କରି ଏହାକୁ ଅଧିକ ଲୋକାଭିମୁଖୀ କରିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଭବାନୀପାଟଣାରେ ବେଦାନ୍ତ ତରଫରୁ ପିପିପି ମୋଡରେ ପ୍ରତିଷ୍ଠା ହେବାକୁ ଥିବା ଡାକ୍ତରଖାନା ନିର୍ମାଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବେଦାନ୍ତ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭାଗ କମିଶନର ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟ ଔଷଧ ନିଗମ ଏମ୍‌.ଡି. ଅର୍ଚ୍ଚନା ପଟ୍ଟନାୟକ, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଡା. ବି.କେ. ବ୍ରହ୍ମା, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ହରପ୍ରସାଦ ପଟ୍ଟନାୟକ, ଯୁଗ୍ମ ସଚିବ ଯାମିନୀ ଷଡ଼ଙ୍ଗୀ, ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ ଓ ଡା. ଦିନେଶ ପେଣ୍ଡାରକରଙ୍କ ସମେତ ଘରୋଇ ଡାକ୍ତରଖାନାଗୁଡ଼ିକର କର୍ମକର୍ତ୍ତା ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri