ସ୍ବାସ୍ଥ୍ୟକେନ୍ଦ୍ର ଥାଇ ରୋଗୀଙ୍କୁ ମିଳୁନି ସେବା

କପ୍ତିପଦା,୨୬ା୮(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଶିମିଳିପାଳ ପାଦଦେଶ ଆଦିବାସୀ ଅଧ୍ୟୁଷିତ କୁଳିଅଳମ୍‌ ପଞ୍ଚାୟତର ନଛିପୁରଠାରେ ୧୯୯୦ରେ ଖୋଲିଥିବା ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥାଇ ନ ଥିଲା ପରି ଚାଲିଛି। କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ବି ଏହାର ପ୍ରତିକାର ହେଉ ନାହିଁ ା ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଜେ.ଏସ୍‌. ଜାମଡ଼ିହା, ଚକ୍ରଧରପୁର, କୁଳିଅଳମ ଓ ଦେବଳା ଆଦି ପଞ୍ଚାୟତ ଅନ୍ତର୍ଗତ ୨୫ଟି ରାଜସ୍ବ ଗ୍ରାମର ଲୋକେ ଚିକିତ୍ସା ସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରୁଛନ୍ତି।
ଆରମ୍ଭରୁ ଏହି ଡାକ୍ତରଖାନାରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଭିତ୍ତିଭୂମି ବିକାଶର ଅଭାବ ଓ ସ୍ବାସ୍ଥ୍ୟସେବା ପ୍ରତି ଅବହେଳା କରାଯାଉଥିବା ନେଇ ଅଞ୍ଚଳବାସୀ ଅଭିଯୋଗ କରି ପ୍ରତିକାର ଦାବି କରି ଆସୁଛନ୍ତି। ଏହି ଉପାନ୍ତ ଅଞ୍ଚଳକୁ କେହି ଡ଼ାକ୍ତର ଆସିବାକୁ ଚାହଁୁ ନ ଥିବା ବେଳେ କେହି ଆସିଲେ ଅଳ୍ପ ଦିନ ରହି ଏଠାରୁ ଖସିବାକୁ ବାଟ ଖୋଜିଥାନ୍ତି। ବର୍ତ୍ତମାନ ଜଣେ ଆୟୁଷ ଡ଼ାକ୍ତରଙ୍କ ସମେତ ୨ ଜଣ ଡାକ୍ତର ଓ ଜଣେ ଫାର୍ମାସିଷ୍ଟ କାର୍ଯ୍ୟ କରୁଛନ୍ତି। କିନ୍ତୁ ରୋଗୀମାନେ ଡ଼ାକ୍ତରଖାନା ଉପର ଭରସା ରଖି ନ ପାରି ଉଦଳା ଓ ପୋଡ଼ାଡ଼ିହା ଡ଼ାକ୍ତରଖାନାକୁ ଯାଇ ଚିକିତ୍ସିତ ହେଉଥିବା କହିଛନ୍ତି। ସରକାରଙ୍କ ପକ୍ଷରୁ ସବୁ ପ୍ରକାର ଔଷଧ ଦିଆଯିବାର ବ୍ୟବସ୍ଥା ହୋଇଥିଲେ ମଧ୍ୟ ଏଠାରେ ରୋଗୀଙ୍କୁ ବାହାରୁ ଔଷଧ କିଣିବାକୁ କୁହାଯାଉଛି। ଡାକ୍ତରଖାନାରେ ପାଚରି ନ ଥିବାରୁ ଏହା ପରିସର ବୁଲା ଗୋରୁଙ୍କ ଚାରଣଭୂଇଁ ପାଲଟୁଛି। ଡ଼ାକ୍ତରଖାନାରେ ପିଇବା ପାଣିର ସ୍ଥାୟୀ ବ୍ୟବସ୍ଥା ନ ହେବା ଏକ ବିଡମ୍ବନା। ଗ୍ରାମ୍ୟ ଜଳ ଯୋଗାଣ ସଂସ୍ଥାରୁ ପାଣି ଅଣାଯାଇ ଏକ ଟାଙ୍କିରେ ଗଚ୍ଛିତ ରଖାଯାଇ ବ୍ୟବହାର କରାଯାଉଛି ା କର୍ମଚାରୀଙ୍କ ଲାଗି ନିର୍ମିତ କ୍ୱାର୍ଟର୍ସ ନିମ୍ନମାନର ହୋଇଥିବାରୁ ସେଠାରେ କେହି ରହୁ ନ ଥିବା ଅଭିଯୋଗ ହେଉଛି। ଏହି ଅଞ୍ଚଳରେ ଥରେ ବିଜୁଳି କଟିଲେ କେବେ ଆସିବ ତା’ର କିଛି ଠିକଣା ରହୁ ନାହିଁ ା ଏଥିଲାଗି ସ୍ବାସ୍ଥ୍ୟସେବା ମଧ୍ୟ ପ୍ରଭାବିତ ହେଉଛି। ଏ ସମ୍ପର୍କରେ ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡ. ଶିବାନନ୍ଦ ମହାନ୍ତିଙ୍କୁ ପଚାରିବାରୁ ଡାକ୍ତରଖାନା ସମସ୍ୟାର ପ୍ରତିକାର ଲାଗି ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri