ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ଥିବାରୁ ରୋଗୀ ଫେରିଲେ ଘରକୁ

ପାଟଣା, ୧୦।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକରେ ଚାବି ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ ଦୂରଦୂରାନ୍ତରୁ ଆସିଥିବା ରୋଗୀମାନେ ଡାକ୍ତରଙ୍କ ଭେଟ ନ ପାଇ ନିରାଶ ହୋଇ ଘରକୁ ଫେରିଛନ୍ତି। ମେଡିକାଲର ମୁଖ୍ୟ ଫାଟକରେ ଶନିବାର ଚାବି ପଡିଥିବାରୁ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ. ସୁପ୍ରକାଶ ଶତପଥୀଙ୍କୁ ପଚାରିବାରୁ ଡାକ୍ତର ଖାନାର ସମସ୍ତ କର୍ମଚାରୀମାନେ ବିନା ଅନୁମତିରେ ଶନିବାର ଏଚଆରଏମଏସ ପ୍ରୋଟୋଲରେ ଡାଟା ଏଣ୍ଟ୍ରି ପାଇଁ ପାଟଣା ମୁଖ୍ୟାଳୟ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚାଲି ଯାଇଥିଲେ। ଏଥିପାଇଁ ଦାୟୀ କର୍ମଚାରୀଙ୍କୁ କାରଣ ଦର୍ଶାଅ ଚିଠି ଜାରି କରାଯାଇଛି। ରାଜନଗର ମେଡିକାଲରେ ଡାକ୍ତର ପଦବୀ ଖାଲି ପଡ଼ିଛି। ଜଣେ ମାତ୍ର ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତରରେ ଡାକ୍ତରଖାନା ଚାଲିଛି। ତେବେ ଫାଟକରେ ଚାବି ପଡିଥିବାରୁ ଆୟୁଷ ଡାକ୍ତର ସଂଘମିତ୍ରା ପ୍ରଧାନ ଡାକ୍ତରଖାନାକୁ ଆସି ଫେରିଯାଇଥିବା କଥା ସେ କହିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଏଥିପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri