ସ୍ବାସ୍ଥ୍ୟକେନ୍ଦ୍ରର ସ୍ଥିତି ପରଖିଲେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୩ା୫(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିଆଯାଇଥିବା ବ୍ୟବସ୍ଥାକୁ ଏମ୍‌ସର କେନ୍ଦ୍ରୀୟ ଟିମ୍‌ ତଦାରଖ କରି ଫେରିଛନ୍ତି। ଭୁବନେଶ୍ୱରସ୍ଥିତ ଏମ୍‌ସର ଡାକ୍ତର ଦିନେଶ କୁମାର ସାହୁଙ୍କ ନେତୃତ୍ୱରେ ସହକାରୀ ପ୍ରଫେସର ଡା. ବିନୋଦ ପାତ୍ର, ଏସଏମ୍‌ଓ(ସର୍ଭେଲାନ୍ସ ମେଡିକାଲ ଅଫିସର) ଡା. ଅର୍ଚ୍ଚନା ଗାୟନ, ଭଦ୍ରକ ଜିଲା ପିଏଚ୍‌ଇଓ ଡା ଜୟନ୍ତ କୁମାର ପଣ୍ଡା, ଡାକ୍ତର କାଶୀନାଥ ପଣ୍ଡା ପ୍ରମୁଖ ରବିବାର ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ଆଇସୋଲେଶନ ୱାର୍ଡ, ସ୍ବଚ୍ଛତା ଓ ପରିମଳ ବ୍ୟବସ୍ଥା, କାଗଜପତ୍ର ଯାଞ୍ଚ କରିବା ସହ କଣ୍ଟେନମେଣ୍ଟ ଜୋନ ସର୍ଭେ ରେକର୍ଡ, କଣ୍ଟାକ୍ଟ ଟ୍ରେସିଂ ରେକର୍ଡ, ସ୍ବାବ ସଂଗ୍ରହ ସଂଖ୍ୟା ଓ ସାମ୍ଭାବ୍ୟ ପରୀକ୍ଷଣ ତାଲିକା ତନଖି କରିଥିଲେ। ସ୍ଥାନୀୟ ମେଡିକାଲ ଅଫିସର ଡା. କମଳାକାନ୍ତ ସ୍ବାଇଁ, ଡା. ରାଜେଶ କୁମାର ବେହେରା, ଡା. ହୃଦୟ ପ୍ରଧାନ, ଡା. ନିଳିମା ନାୟକ, ଡା. ଆଦିତ୍ୟ ସାହୁ, ବିପିଏମଓ ରଶ୍ମିରେଖା ପୃଷ୍ଟି, ପିଏଚଇଓ ଅନିତାରାଣୀ ରାଉତ ପ୍ରମୁଖ କରୋନା ମୁକାବିଲା ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହାପରେ କେନ୍ଦ୍ରୀୟ ଟିମ୍‌ କୁଶଗଡ଼ିଆ ଗ୍ରାମକୁ ଯାଇ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ସଂକ୍ରମଣ ବ୍ୟକ୍ତି ଓ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଆଲୋଚନା କରି ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri