ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍‌

ଗୋପ,୨୪।୩(ଡି.ଏନ୍‌.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ଲୋକେ ଲମ୍ବା ଲାଇନରେ ଛିଡ଼ା ହୋଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ବିଭିନ୍ନ ରୋଗୀଙ୍କ ସହ କଥା ହେବା ପରେ ରୋଗୀ ଓ ଲୋକଙ୍କ ଲମ୍ବାଲାଇନ ଛିଡ଼ା ହୋଇଥିବା ଦେଖି ବିରକ୍ତି ପ୍ରକାଶ କରିଥିଲେ। ତୁରନ୍ତ ରୋଗୀଙ୍କୁ ଲାଇନରେ ଠିଆ ନ କରି ଚେୟାରରେ ବସାଇବାକୁ ଡାକ୍ତର ଓ କର୍ମଚାରୀମାନଙ୍କୁ କହିଥିଲେ। କିନ୍ତୁ ମନ୍ତ୍ରୀଙ୍କ ନିର୍ଦ୍ଦେଶର ଗୋଟିଏ ଦିନ ପରେ ଅର୍ଥାତ ମଙ୍ଗଳବାର ସକାଳୁ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଆସିଥିବା ରୋଗୀ ଏବଂ ଲୋକେ ଘଣ୍ଟା ଘଣ୍ଟା ଧରି ପୁଣି ଲାଇନରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ନ ଥିବାବେଳେ ଜଣେ ଡାକ୍ତରଙ୍କୁ ୨୪ ଘଣ୍ଟା ଡିୟୁଟି ଦିଆଯାଉଥିବାରୁ ଏପରି ଅବସ୍ଥା ଉପୁଜି ଥିବା ଜଣାପଡିଛି। ଏହି ସମୟରେ କୌଣସି ଗୁରୁତର ରୋଗୀ ଆସିଲେ ସେହି ଡାକ୍ତର ଯିବା ଯୋଗୁ ଆହୁରି କିଛି ସମୟ ଲାଇନରେ ଅପେକ୍ଷା କରନ୍ତି। ଡାକ୍ତରଖାନା ଅଧିକାରୀ ଏବଂ ପୁରୀ ଜିଲା ଚିକିତ୍ସାଧିକାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ରୋଗୀମାନେ ଦାବି କରିଛନ୍ତି। ଅପରପକ୍ଷେ ଏହି ଡାକ୍ତରଖାନାର ଦାୟିତ୍ୱ ପୁରୀରେ ଥିବା ଜଣେ ଡାକ୍ତରଙ୍କ ହାତରେ ଥିବାରୁ ଏଠାରେ ଥିବା ଡାକ୍ତର କିଛି ପଦକ୍ଷେପ ନେଇ ପାରୁନାହାନ୍ତି ବୋଲି ଜଣାପଡିଛି। ଏ ସମ୍ପର୍କରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଆଂଶିକ ଦାୟିତ୍ୱରେ ଥିବା ଶିବ ପ୍ରସାଦ ମଙ୍ଗରାଜ କୁହନ୍ତି, ଏଠାରେ ଆବଶ୍ୟକତା ଅନୁସାରେ ସବୁ କରାଯାଉଥିବା କହି ଅନ୍ୟ ପ୍ରସଙ୍ଗକୁ ଏଡ଼ାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri