ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରୀ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ ଅଭିଯୋଗ

ଟାଙ୍ଗୀ(ଖୋର୍ଦ୍ଧା),୧ା୭(ଡି.ଏନ୍‌.ଏ.): ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ସରକାରୀ ନୀତିନିୟମ ଓ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି କୁହାଯାଉଥିଲେ ମଧ୍ୟ ଏଭଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଏହାର କୌଣସି ପ୍ରଭାବ ପଡୁ ନ ଥିବା ଅଭିଯୋଗ ହେଉଛି। ଉଲ୍ଲେଖଯୋଗ୍ୟ କି, ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଆବେଦନର ୧ ସପ୍ତାହ ମଧ୍ୟରେ ମୃତ୍ୟୁ ପ୍ରମାଣପତ୍ର ମିଳିବାର ସରକାରୀ ନିୟମ ରହିଛି। ତେବେ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାହା କାର୍ଯ୍ୟକାରୀ ହେଉ ନ ଥିବା ଅଭିଯୋଗ ହେଉଛି । ମାସ ମାସ ବିତି ଯାଉଥିଲେ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ଦିଆଯାଉ ନ ଥିବା ଲୋକେ କହିିଛନ୍ତି। ଏପରି କାହିଁକି କରାଯାଉଛି ବୋଲି ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ପଚାରିବାରୁ ସେ ନିଜ ନାମ ଗୋପନ ରଖି ଭାରପ୍ରାପ୍ତ ମେଡିକାଲ ଅଫିସର ଦସ୍ତଖତ କରୁ ନ ଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହେଉଛି ବୋଲି କହିଥିଲେ । ରାଜ୍ୟ ସରକାରଙ୍କର ନିରାମୟ ଯୋଜନାକୁ ମଧ୍ୟ ଏଠାରେ ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି । ଉକ୍ତ ଯୋଜନା ଅନୁସାରେ ରୋଗୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଦିନରାତି ୨୪ ଘଣ୍ଟା ଔଷଧ ବିତରଣର ବ୍ୟବସ୍ଥା ରହିଛି । ମାତ୍ର ଏଠାରେ ଲିପିବଦ୍ଧ ବିଜ୍ଞାପନ ଉପରେ ଆଉ ଗୋଟିଏ ବ୍ୟାନର ମାରି ସକାଳ ୮ରୁ ୧୨ଟା ଓ ଅପରାହ୍ନ ୪ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଔଷଧ ପ୍ରଦାନ କରାଯିବ ବୋଲି ଉଲ୍ଲେଖ ରହିଛି । ଏହି ଘଟଣା ସମ୍ପର୍କରେ ମେଡିକାଲ ଅଫିସର ଡା. ଜିତେନ୍ଦ୍ର କୁମାର ସାହୁଙ୍କୁ ପଚାରିବାରୁ ଆବଶ୍ୟକ କର୍ମଚାରୀ ନ ଥିବାରୁ ଏପରି କରାଯାଉଥିବା ସେ ମତ ପ୍ରକାଶ କରିଥିଲେ। ଏହି ସଂଶୋଧିତ ନିୟମ ସମ୍ପର୍କରେ ସାହୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟିକୁ ଆଣିଥିବା ମଧ୍ୟ ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri