ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ତହସିଲ ଅଫିସ ଘେରାଉ

ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍‌ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ କାର୍ଯ୍ୟାଳୟକୁ ଘେରାଉ କରି ଧାରଣାରେ ବସିଥିଲେ। କମଳ ଚକ୍ରବର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଜଳେଶ୍ୱର ବ୍ଲକ ଉପାଧ୍ୟକ୍ଷ ବ୍ରଜମୋହନ ପ୍ରଧାନ ସ୍ବାସ୍ଥ୍ୟ ସେବା ବନ୍ଦକୁ ବିରୋଧ କରିବା ସହ ଜଣେ ବ୍ୟକ୍ତିର ମୌଳିକ ଅଧିକାର ସ୍ବାସ୍ଥ୍ୟସେବାକୁ ପୂରଣ କରିବା ପାଇଁ ସରକାର ବାଧ୍ୟ ବୋଲି କହିଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ଘୋଷଣା କରିଥିଲେ। ସଭାରେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫୁଲ୍ଲ ପାଠୀ, ଡ. ଈଶ୍ୱର ଚନ୍ଦ୍ର ଜେନା, ଡ. ରମାକାନ୍ତ ଭଞ୍ଜ, ରମାନାଥ ଗିରି, ଅରୁଣ ବେଜ, ଜଗଦୀଶ ନନ୍ଦୀ, ଶରତ ଚନ୍ଦ୍ର ପରିଡା, ସେକ୍‌ ମୋତିଲାଲ, ସୁଧୀର ପାତ୍ର, ରମେଶ ଚନ୍ଦ୍ର ପାତ୍ର, ସୁଦାମ ପାତ୍ର, ବନମାଳୀ ଧଳ, ସଞ୍ଜୟ ମହାନ୍ତି, ମଧୁସୂଦନ ଦତ୍ତ, ଶ୍ରୀକଣ୍ଠ ମହାନ୍ତି, ପଦ୍ମଲୋଚନ ବେହେରା, ସୁଜିତ ପ୍ରଧାନ, ଶମ୍ଭୁନାଥ ଦାସ ପ୍ରମୁଖ ବକ୍ତବ୍ୟ ଦେଇଥିଲେ। ଧାରଣାସ୍ଥଳରେ ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର ପହଞ୍ଚତ୍ ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ୩ଜଣ ଡାକ୍ତର ହସ୍‌ପିଟାଲରେ ଯୋଗଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ସମ୍ପୃକ୍ତ ଡାକ୍ତରମାନେ ଜଳେଶ୍ୱର ହସ୍‌ପିଟାଲରେ ଯୋଗଦେବେ ନାହିଁ ବୋଲି ଜଣାପଡ଼ିବା ପରେ ଆନ୍ଦୋଳନକାରୀମାନେ ତହସିଲ କାର୍ଯ୍ୟାଳୟ ଛାଡ଼ି ନିକଟସ୍ଥ ୬୦ନମ୍ବର ଜାତୀୟ ରାଜପଥରେ ରାସ୍ତାରୋକୋ କରି ଧାରଣାରେ ବସିବା ଫଳରେ ଉଭୟ ପଟରୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ପୁଣି ଉପଜିଲାପାଳ ଜାତୀୟ ରାଜପଥରେ ପହଞ୍ଚତ୍ ନୂତନ ୩ଜଣ ଡାକ୍ତରଙ୍କୁ ଭଟ୍ଟର ହସପିଟାଲରେ ଅବସ୍ଥାପିତ କରାଯିବାର ନିର୍ଭର ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri