Posted inଜାତୀୟ

ସ୍ବିଜରଲାଣ୍ଡ ସବୁଠାରୁ ମହଙ୍ଗା ଦେଶ: ଶସ୍ତା ତାଲିକାରେ ତୃତୀୟରେ ଭାରତ

ନ୍ୟୁୟର୍କ/ନୂଆଦିଲ୍ଲୀ,୬।୨: ପୃଥିବୀର ସqବୁଠାରୁ ମହଙ୍ଗା ଦେଶ ତାଲିକାରେ ଏକ ନମ୍ବର ସ୍ଥାନରେ ସ୍ବିଜରଲାଣ୍ଡ ରହିଛି। ଅପରପକ୍ଷରେ ଶସ୍ତା ଦେଶ ତାଲିକାରେ ତୃତୀୟ ସ୍ଥାନରେ ଭାରତ ରହିଛି। ଆମେରିକାର ବିଜନେସ୍‌ ମାଗାଜିନ୍‌ ସିଓ ଓ୍ବାଲର୍‌ଡ ପକ୍ଷରୁ ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ପୃଥିବୀର ୧୩୨ଟି ଦେଶରେ ସର୍ଭେ କରାଯାଇ ଏହି ରିପୋର୍ଟ ପ୍ରକାଶ ପାଇଛି। ମହଙ୍ଗା ଦେଶ ତାଲିକାରେ ଦ୍ୱିତୀୟ ସ୍ଥାନରେ ନରଓ୍ବେ ରହିଥିବାବେଳେ ତୃତୀୟ ସ୍ଥାନରେ ଆଇସ୍‌ଲାଣ୍ଡ୍‌ ରହିଛି। ସେହିପରି ଶସ୍ତା ଦେଶ ତାଲିକାରେ ପ୍ରଥମ ସ୍ଥାନରେ ପାକିସ୍ତାନ ଥିବାବେଳେ ଦ୍ୱିତୀୟ ସ୍ଥାନରେ ଆଫଗାନିସ୍ତାନ ରହିଛି। ସର୍ଭେ ପାଇଁ ଲୋକଙ୍କ ବାସଗୃହର ଭଡ଼ା, କିଣାଯାଉଥିବା ତେଜରାତି ସାମଗ୍ରୀ ଏବଂ ରେଷ୍ଟୁରାଣ୍ଟ୍‌ରେ ମିଳୁଥିବା ଖାଦ୍ୟ ପଦାର୍ଥର ଦାମକୁ ଆଧାର ଭାବେ ଗ୍ରହଣ କରାଯାଇଥିଲା। ଏହା ସହିତ ପୋଷାକ, ପରିବହନ ଭଡ଼ା ଏବଂ ଇଣ୍ଟରନେଟ୍‌ ଦାମକୁ ମଧ୍ୟ ଅଧ୍ୟୟନ ପରିସରଭୁକ୍ତ କରାଯାଇଥିଲା। ଏଥିରେ ସ୍ବିଜରଲାଣ୍ଡକୁ ସର୍ବାଧିକ ୧୨୨ ପଏଣ୍ଟ ମିଳିଥିବାବେଳେ ପାକିସ୍ତାନକୁ ସର୍ବନିମ୍ନ ୨୧.୯୮ ଏବଂ ଭାରତକୁ ୨୪.୫୮ ପଏଣ୍ଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?