ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି

ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି ନିଜ ପରିବାରର ଆର୍ଥିକ ସହାୟତା କରୁଛନ୍ତି। ମୁଖ୍ୟତଃ ତାଲାବନ୍ଦ ଓ ‘ଅମ୍ଫନ’ ମହାବାତ୍ୟାରେ ମହିଳାମାନଙ୍କର ବ୍ୟବସାୟ ତଥା କାମଧନ୍ଦା ପ୍ରଭାବିତ ହେବା ଫଳରେ ଋଣ ନେଇଥିବାର ମାସିକ କିସ୍ତି ସଂସ୍ଥାକୁ ଫେରାଇବା ପାଇଁ ସକ୍ଷମ ନ ହେବାରୁ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକର କର୍ମକର୍ତ୍ତା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଉପରେ ଚାପ ପ୍ରୟୋଗ କରି ଜୁଲମ୍‌ କରୁଥିବାର ‘ପ୍ରୟାସ ପରିବାର’ ସଂସ୍ଥା ତତ୍ତ୍ୱାବଧାନରେ ମଙ୍ଗଳବାର ବହୁ ମହିଳା ଏକତ୍ରିତ ହୋଇ ଅଭିଯୋଗ କରିବା ସହ ଉକ୍ତ ଋଣ ଛାଡ଼ କରିବା ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିକଟରେ ଲିଖିତ ଦାବି କରିଛନ୍ତି। ସଂସ୍ଥାର ମୁଖ୍ୟ ରୋଜି ପଟ୍ଟନାୟକ, ଊର୍ମିଳା ଦାସ, ଜୟନ୍ତୀ ଦତ୍ତ, ରୁପା ଗିରି, ପୁଷ୍ପଲତା ପଣ୍ଡା, ଗୀତା ପାତ୍ର, ଝୁନାରାଣୀ ଖୁଣ୍ଟିଆ, ଅନିତା ମାଝି, ସାବିତ୍ରୀ ପାତ୍ର, ମମତା ସାହୁ ପ୍ରମୁଖ ବହୁ ମହିଳା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri