ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। ୟୁଜିସିର ଏହି ନିଷ୍ପତ୍ତି ବିରୋଧରେ ତାତିଛନ୍ତି ଯୁକ୍ତ ୩ ବିଭାଗର ଛାତ୍ରୀଛାତ୍ର। ପ୍ରତିବାଦ ସ୍ବରୂପ ସେମାନେ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟାରୁ କଲେଜ ଫାଟକ ସମ୍ମୁଖରେ ଥିବା ସହରର ପ୍ରମୁଖ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଫଳରେ ୨ଘଣ୍ଟା ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ସୂଚନା ପାଇ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ, ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ପ୍ରମୁଖ ପୋଲିସ ସହ ପହଞ୍ଚତ୍ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଏ ନେଇ ପ୍ରଶାସନ ପଦକ୍ଷେପ ନେବ ବୋଲି ଲିଖିତ ଭାବେ ଦେବାକୁ ପିଲାମାନେ ଅଡ଼ି ବସିଥିଲେ। ଉପଜିଲାପାଳ ଲିଖିତ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପଟେ ଏ ନେଇ ଛାତ୍ରୀଛାତ୍ରମାନେ ପ୍ରଶାସନକୁ ୨୪ ଘଣ୍ଟା ମହଲତ ଦେଇଛନ୍ତି। ଏହି ସମୟ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଆରମ୍ଭ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୫୯ରେ ପ୍ରତିଷ୍ଠିତ ଢେଙ୍କାନାଳ କଲେଜକୁ ୨୦୦୨ ସ୍ବୟଂଶାସିତ ମାନ୍ୟତା ମିଳିଥିଲା। ଯୁକ୍ତ ୩ ସ୍ନାତକରେ ଏବେ ୨୦୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଏଠାରେ ବାଣିଜ୍ୟ, ଇତିହାସ, ଉଦ୍ଭିଦ ବିଜ୍ଞାନରେ ପିଜି ପାଠ୍ୟକ୍ରମ ରହିଛି। ପିପିପି ମୋଡ୍‌ରେ ଏମ୍‌ବିଏ ପାଠ୍ୟକ୍ରମ ମଧ୍ୟ ଚାଲିଛି। ହେଲେ କଲେଜରେ ୬୦ ମଞ୍ଜୁର ଅଧ୍ୟାପକ ପଦବୀ ରହିଥିବା ବେଳେ ବର୍ତ୍ତମାନ ଅଛନ୍ତି ମାତ୍ର ୨୬। ଅଧ୍ୟାପକ ଅଭାବ ଓ ସ୍ମାର୍ଟ କ୍ଲାସ ପରିଚାଳନା ନ ହେବା ଆଦି ସମସ୍ୟାକୁ ନେଇ ୟୁଜିସି ପକ୍ଷରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର କରିନେବାକୁ ଚିଠି ଆସିଛି। ଏ ସଂକ୍ରାନ୍ତରେ ଗତ ୨୭ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବାପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା।
ଏ ସମ୍ପର୍କରେ ଅଧ୍ୟକ୍ଷା ଡ. ରଶ୍ମି ମିଶ୍ର କୁହନ୍ତି, ସମସ୍ୟା ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ ସ୍ଥାନୀୟ ଜନ ପ୍ରତିନିଧି ଏବଂ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗକୁ ଅବଗତ କରାଇଛନ୍ତି। ସେହିପରି ପ୍ରଶାସନ ପକ୍ଷରୁ ସମସ୍ତ ଘଟଣାକୁ ଅନୁଧ୍ୟାନ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…

କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri