ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ ଜାଣିବା ପାଇଁ ସ୍ମାର୍ଟ ସିଟି ମିଶନ ପକ୍ଷରୁ ନୂଆ ଆପ୍‌ କାର୍ଯ୍ୟକାରୀ କରାଯିବ।  ସ୍ମାର୍ଟସିଟି ଭୁବନେଶ୍ୱରରେ ପ୍ରଥମେ ଏହି ଆପ୍ଲିକେଶନ (ଆପ୍‌)କୁ ପରୀକ୍ଷାମୂଳକ ଭାବେ ପ୍ରଚଳନ କରାଯିବ। ପ୍ରସ୍ତୁତିରେ ଥିବା ଏହି ଆପ୍‌/ଡିଜିଟାଲ ପ୍ଲାଟ୍‌ଫର୍ମ ବିଶେଷକରି ବାହାରର ଅତିଥି ବା ସହରର ନାଗରିକଙ୍କ ପାଇଁ ବେଶ୍‌ ସହାୟକ ହେବ। ଉକ୍ତ ସ୍ଥାନର ଅବସ୍ଥିତି, ରୁଟ୍‌ ମ୍ୟାପ୍‌, ରହିଥିବା ସୁବିଧାସୁଯୋଗ ଓ ସୁରକ୍ଷା ଆଦି ବିଭିନ୍ନ ବ୍ୟବସ୍ଥା ସଂକ୍ରାନ୍ତରେ ସୂଚନା ଦେବ। ଏହି ଆପ୍‌ ଜରିଆରେ ସ୍ମାର୍ଟସିଟି ସର୍ବସାଧାରଣ ସ୍ଥାନଗୁଡ଼ିକର ଜାତୀୟ ରେଟିଂ କରାଯିବ।
ଏହି ପରିପ୍ରେକ୍ଷୀରେ ସ୍ମାର୍ଟ ସିଟି ଫେଲୋ ଶୁଭାଶ୍ବେତୀ ସିହ୍ନା, ମାନସୀ ନାଇଡୁ ଓ କୀର୍ତ୍ତି କାୱାଲେ ଏବେ ଭୁବନେଶ୍ୱର ଆସି ଏ ସଂକ୍ରାନ୍ତ ତଥ୍ୟ ସଂଗ୍ରହ କରିଛନ୍ତି। ସେମାନେ କହିଛନ୍ତି, ଏହାଦ୍ବାରା ସମସ୍ତ ସ୍ମାର୍ଟ ସିଟି ମିଶନ ଅଧିନ ସହରରେ ଥିବା ପାର୍କ ଓ  ସର୍ବସାଧାରଣ ସ୍ଥାନଗୁଡ଼ିକର ଏକ ଜାତୀୟ ମାନ ନିର୍ଦ୍ଧାରଣ ପାଇଁ ବାଟ ଫିଟିବ। ସବୁଠାରୁ ଉପଯୋଗୀ ପଦକ୍ଷେପ ସ୍ବରୂପ ନାଗରିକଙ୍କ ମତାମତକୁ ଗୁରୁତ୍ୱ ଦିଆଯାଇ ଏହି ଆପ୍‌ ତିଆରି ହେବ। ବ୍ୟବହାରକାରୀଙ୍କ ଦ୍ୱାରା ଦିଆଯାଉଥିବା ମତାମତ ଓ ସମସ୍ତ ଅପ୍‌ଡେଟ୍‌ ଆପ୍‌ର ମୁଖ୍ୟ ପେଜ୍‌ରେ ପ୍ରଦର୍ଶିତ କରାଯିବ। ଯଦି ଲୋକେ ଗୋଟିଏ ପାର୍କ ବା ସର୍ବସାଧାରଣ ସ୍ଥାନକୁ ୧୦ରୁ ୬.୫ ନମ୍ବର ଦେଲେ ତେବେ  ଆହୁରି ଉନ୍ନତୀକରଣ ଦିଗରେ କାର୍ଯ୍ୟ କରାଯିବ। ୮.୫ କିମ୍ବା ୯ ନମ୍ବର ରହିଲେ ତା’ହେଲେ ଉକ୍ତ ସ୍ଥାନର ସ୍ଥିତି ସେମାନଙ୍କୁ ସନ୍ତୋଷଜନକ ବୋଲି ଜଣାପଡିବ। ଏହି ଅନୁସାରେ ଜାତୀୟ ମାନ ନିର୍ଦ୍ଧାରଣ କରାଯିବ ବୋଲି ସ୍ମାର୍ଟସିଟି ଫେଲୋମାନେ ସୂଚନା ଦେଇଛନ୍ତି।
ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ଅନ୍ତର୍ଗତ ସ୍ମାର୍ଟ ସିଟି ମିଶନ ଅଧୀନରେ ବିଶିଷ୍ଟ ନଗର ଉନ୍ନୟନ ବିଶାରଦ ପ୍ରଫେସର କେ.ଟି. ରବୀନ୍ଦ୍ରନ୍‌ଙ୍କ ତତ୍ତ୍ୱାବଧାନରେ ସ୍ମାର୍ଟ ସିଟି ଫେଲୋମାନେ କାର୍ଯ୍ୟକରୁଛନ୍ତି। ଭିନ୍ନ ଭିନ୍ନ କ୍ଷେତ୍ରରୁ ଆସିଥିବା ଏହି ଫେଲୋମାନେ ଭାରତର ସମସ୍ତ ସ୍ମାର୍ଟସିଟିକୁ ଗସ୍ତ କରି ଅଭିଜ୍ଞତା ଓ ତଥ୍ୟ ସଂଗ୍ରହ କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri