Posted inଖେଳ

ସ୍ମିଥ୍‌ଙ୍କ ଦ୍ୱିତୀୟ ବିବାହ

କେପ୍‌ଟାଉନ, ୫।୧୧- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଗ୍ରାଏମ ସ୍ମିଥ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରୋମି ଲାନଫ୍ରାନ୍ସିଙ୍କ ସହ ସ୍ମିଥଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହ ବେଳର ଫଟୋକୁ ସ୍ମିଥ୍‌ ନିଜ ଟୁଇଟର୍‌ ପୃଷ୍ଠାରେ ଶେୟାର କରି ‘ନଭେମ୍ବର ୨କୁ ଏକ ସ୍ମରଣୀୟ ଦିବସ’ ବୋଲି ଉଲ୍ଲେଖ କରିଛନ୍ତି। ୨୦୧୮ ରୋମିଙ୍କ ସହ ସ୍ମିଥଙ୍କ ନିର୍ବନ୍ଧ ହୋଇଥିଲା। ଆଉ ଏକ ଉଲ୍ଲେଖନୀୟ ଘଟଣାକ୍ରମେ ସ୍ମିଥ୍‌ଙ୍କ ବିବାହ ଦିନ ଦକ୍ଷିଣ ଆଫ୍ରିକା ରଗ୍‌ବୀ ବିଶ୍ୱକପ୍‌ରେ ଚାମ୍ପିୟନ ହୋଇଥିଲା।
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ୩୮ ବର୍ଷୀୟ ସ୍ମିଥ୍‌ଙ୍କ ଏହା ୨ୟ ବିବାହ। ପୂର୍ବରୁ ସ୍ମିଥ୍‌ ଆୟର୍ଲାଣ୍ଡ ପପ୍‌ ସିଙ୍ଗର ମୋର୍ଗାନ ଡେଆନେଙ୍କୁ ବିବାହ କରିଥିଲେ। ଉଭୟଙ୍କର କାଡେନ୍ସ (୭ ବର୍ଷ) ଓ କାର୍ଟର (୬ ବର୍ଷ) ନାମରେ ୨ଟି ସନ୍ତାନ ମଧ୍ୟ ରହିଛନ୍ତି। କିନ୍ତୁ ୨୦୧୭ରେ ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଥିଲା। ରୋମି ଓ ସ୍ମିଥ୍‌ ପରସ୍ପରକୁ ୨୦୧୬ରେ ଭେଟିଥିବାବେଳେ ସେମାନଙ୍କର ସେବାଷ୍ଟିଆନ ନାମରେ ୨ ବର୍ଷର ଗୋଟିଏ ପୁଅ ମଧ୍ୟ ରହିଛି। ସ୍ମିଥ ଦକ୍ଷିଣ ଆଫ୍ରିକା ପକ୍ଷରୁ ୧୧୭ ଟେଷ୍ଟ ଓ ୧୯୭ ଏକଦିବସୀୟ ମ୍ୟାଚ୍‌ ଖେଳି ଯଥାକ୍ରମେ ୯୨୬୫ ଓ ୬୯୮୯ ରନ ସଂଗ୍ରହ କରିଛନ୍ତି। ତାଙ୍କ ନାମରେ ଟେଷ୍ଟରେ ୨୭ ଓ ଏକଦିବସୀୟରେ ୧୦ ଶତକ ରହିଛି। ମାତ୍ର ୨୨ ବର୍ଷ ବୟସରେ ଜାତୀୟ ଦଳର ନେତୃତ୍ୱ ନେଇ ସ୍ମିଥ ଦକ୍ଷିଣ ଆଫ୍ରିକାର ସର୍ବକନିଷ୍ଠ ଅଧିନାୟକ ହେବାର ଗୌରବ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri