ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ ଓକିଲ ସଂଘ କାର୍ଯ୍ୟାଳୟରେ ସଂଘ ସଭାପତି ରବୀନ୍ଦ୍ର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ୟାଟ ଉଚ୍ଛେଦ ପରେ ଓଡ଼ିଶା ହାଇକୋର୍ଟରେ ପଡି ରହିଥିବା ୭୬ ହଜାର ମାମଲା ଯିବ କୁଆଡେ ବୋଲି ବୈଠକରେ ଆଲୋଚନା ହୋଇଥିଲା। ସରକାରୀ କର୍ମଚାରୀମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ସରକାର ସ୍ୟାଟର ବ୍ୟବସ୍ଥା କରିଥିବା ବେଳେ ଏବେ ତାହାକୁ ଉଚ୍ଛେଦ କରୁଛନ୍ତି। ସମସ୍ତ ମାମଲା ହାଇକୋର୍ଟରେ ବିଚାର ହେବ। ହାଇକୋର୍ଟରେ ନ୍ୟାୟ ନ ମିଳିଲେ ସେହି ନିର୍ଦ୍ଦେଶକୁ ଚାଲେଞ୍ଜ କରି ଯଦି କୌଣସି ଲୋକ ସୁପ୍ରିମକୋର୍ଟ ଯିବାକୁ ଚାହାନ୍ତି ତେବେ ତାଙ୍କୁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିବ। ଏଣୁ ଏହାକୁ ଉଚ୍ଛେଦ କରା ନ ଯାଉ ବୋଲି ଦାବି ହେଉଛି। ଏହା ବ୍ୟତୀତ ବ୍ରହ୍ମପୁରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ଦାବି କରାଯାଇଛି। ପୂର୍ବରୁ ହାଇକୋର୍ଟ ବାର ଆସୋସିଏଶନ ପକ୍ଷରୁ ଏହି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇ ଅଗଷ୍ଟ ୯ ତାରିଖରେ ଆଇନଜୀବୀମାନେ କାର୍ଯ୍ୟରେ ଯୋଗ ନ ଦେବାକୁ ନିଷ୍ପତ୍ତି ହୋଇଥିଲା।
ପ୍ରକାଶ ଯେ, ଗତ ବୁଧବାର ସ୍ୟାଟ ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିକୁ ଚାଲେଞ୍ଜ କରି ରୁଜୁ ହୋଇଥିବା ମାମଲାର ମୁଖ୍ୟ ବିଚାରପତି କେ.ଏସ.ଜାଭେରୀ ଓ ବିଚାରପତି କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଥିଲେ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୫କୁ ଧାର୍ଯ୍ୟ କରାଯାଇଥିବା ବେଳେ ଏହା ପୂର୍ବରୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏହି ମାମଲାର ଜବାବ ରଖିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ସଂଘର ଉପସଭାପତି ଚିତ୍ତରଞ୍ଜନ ଶତପଥୀ, ସମ୍ପାଦକ କୈଳାସ ପାଣିଗ୍ରାହୀ, ସହ ସମ୍ପାଦକ କିରଣ କୁମାର ମଣ୍ଡଳଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri