ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ : ଆଜି ଆଇନଜୀବୀଙ୍କ ଆନ୍ଦୋଳନ

କଟକ ଅଫିସ, ୯।୮ : ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ନେଇ ଶୁକ୍ରବାର ଆଇନଜୀବୀମାନେ ଆନ୍ଦୋଳନ କରିବେ। ଏହି ଆନ୍ଦୋଳନ ଗୋଟିଏ ଦିନ ହେବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ଆନ୍ଦୋଳନର ସମୟକୁ ନେଇ ନିଷ୍ପତ୍ତି ନିଆଯିବ ବୋଲି ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ହାଇକୋର୍ଟ ବାର୍‌ ଆସୋସିଏଶନ, ହାଇକୋର୍ଟ କ୍ରିମିନାଲ ବାର୍‌, କେନ୍ଦ୍ର ପ୍ରଶାସନିକ ଟ୍ରିବ୍ୟୁନାଲ ବାର୍‌, ଡେବ୍ଟ ରିକଭରି ଟ୍ରିବ୍ୟୁନାଲ ବାର୍‌, କଞ୍ଜୁମର ବାର୍‌, କ୍ଲେମ୍‌ ବାର୍‌, ରେଲ୍‌ ବାର୍‌, ଭୁବନେଶ୍ୱର ବାର୍‌ ଆସୋସିଏଶନ ପ୍ରମୁଖ ସମର୍ଥନ ଜଣାଇଛି।
ସ୍ୟାଟ୍‌ ଉଚ୍ଛେଦ ଯୋଗୁ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ଅନେକ କର୍ମଚାରୀ ନ୍ୟାୟ ପାଇବାକୁ ବଞ୍ଚିତ ହେବେ। ସ୍ୟାଟ୍‌ ଯୋଗୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ୯୦ ପ୍ରତିଶତ ମାମଲା ସମାଧାନ ହୋଇପାରୁଥିଲା। ଏହି କୋର୍ଟରେ ମାମଲା ସମାଧାନ ହୋଇ ନ ପାରିଲେ ତାହା ହାଇକୋର୍ଟକୁ ଯାଉଥିଲା। ହାଇକୋର୍ଟରେ ୨୭ଜଣ ବିଚାରପତିଙ୍କ ସ୍ଥାନରେ ମାତ୍ର ୧୪ଜଣ ରହିଥିବାରୁ ରାଜ୍ୟ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ଏଠାରେ ସମାଧାନ ହେବା କଷ୍ଟକର ହେବ। ନ୍ୟାୟ ପାଇବା ପାଇଁ ସେମାନଙ୍କୁ ବର୍ଷବର୍ଷ ଲାଗିଯିବ ବୋଲି କଟକ ଟ୍ୟାକ୍ସବାର୍‌ ଆସୋସିଏଶନର ସଭାପତି ନଟବର ପଣ୍ଡା, ଉପଦେଷ୍ଟା ପ୍ରଦୀପ ପଟ୍ଟନାୟକ, ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି, ସମ୍ପାଦକ ସଞ୍ଜୟ କୁମାର ଦାସ, ହାଇକୋର୍ଟ କ୍ରିମିନାଲ ବାର୍‌ ଆସୋସିଏଶନ ସଭାପତି କାମଦେବ କାନୁନ୍‌ଗୋ, ସ୍ୟାଟ୍‌ ବାର୍‌ ଆସୋସିଏଶନ ସମ୍ପାଦକ ଶଶିଭୂଷଣ ଜେନା କହିଛନ୍ତି।
ସୂଚନାଯୋଗ୍ୟ, ୧୯୮୬ ଜୁଲାଇ ୧୪ରେ ସ୍ୟାଟ୍‌ ପ୍ରତିଷ୍ଠା ହୋଇଥିଲା। ୨୦୧୪ ଫେବୃୟାରୀ ୧୮ରେ ସ୍ୟାଟ୍‌ରେ ୮ଜଣ ସଦସ୍ୟ ରହିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଭୁବନେଶ୍ୱର ଏହାର ପ୍ରମୁଖ ବେଞ୍ଚ ହୋଇଥିଲା। ତେବେ କଟକ ବେଞ୍ଚ ସହିତ ସମ୍ବଲପୁର ଓ ବ୍ରହ୍ମପୁର ସର୍କିଟ୍‌ ବେଞ୍ଚ ପ୍ରତିଷ୍ଠା କରାଯାଇଥିଲା। ମାତ୍ର ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ୨୦୧୫ ସେପ୍ଟେମ୍ବର ୯ରେ ସ୍ୟାଟ୍‌ ଉଚ୍ଛେଦ ଲାଗି ନିଷ୍ପତ୍ତି ନେଇ ହାଇକୋର୍ଟଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏ ନେଇ ସୋମବାର କେନ୍ଦ୍ର ସରକାର ସ୍ୟାଟ୍‌ ଉଚ୍ଛେଦ ନେଇ ଗେଜେଟ୍‌ ନୋଟିଫିକେସନ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri